ରାଉରକେଲାରେ ଏଚ୍‌ଏମ୍‌ଏସ୍‌ଆଇ ‘ଏସ୍‌ଇସି’

ଭୁବନେଶ୍ୱର,୧୨।୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଏବଂ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର (ଆଇଟିଆଇ) ରାଉରକେଲା ସହଯୋଗିତାରେ ଏକ ଅତ୍ୟାଧୁନିକ ଦକ୍ଷତା ଉନ୍ନତୀକରଣ କେନ୍ଦ୍ର (ଏସ୍‌ଇସି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ସ୍କିଲ୍‌ ଇଣ୍ଡିଆ ମିଶନ ପ୍ରତି ପ୍ରତିବଦ୍ଧ ରହିଥିବା ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ରାଉରକେଲା ଆଇଟିଆଇ ସହଯୋଗିତାରେ ଉକ୍ତ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ରାଉରକେଲା ଚାମ୍ବର ଅଫ୍‌ କମର୍ସ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଜ୍‌ର ସଭାପତି ସୁବ୍ରତ କୁମାର ପଟ୍ଟନାୟକ, ରାଉରକେଲା ଆଞ୍ଚଳିକ ପରିବହନ ଅଧିକାରୀ ବିଭାବଞ୍ଜନ ସାମନ୍ତସିଂହରାୟ, ରାଉରକେଲା ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଧନଞ୍ଜୟ ଖୁରା, ଏଚ୍‌ଏମ୍‌ଏସ୍‌ଆଇର ପ୍ରବନ୍ଧକ-ଆଞ୍ଚଳିକ ବ୍ୟବସାୟ-ପୂର୍ବ ଗ୍ରାହକ ସେବା ରାଜେନ୍ଦ୍ର ଭୀମରାଓ ସିନ୍ଦେ ଏବଂ ରାଉରକେଲା ସରକାରୀ ଆଇଟିଆଇ ଓ ଏଚ୍‌ଏମ୍‌ଏସ୍‌ଆଇର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ଥିଲେ। ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ଆତସୁସି ଓଗାତା କହିଛନ୍ତି, ଓଡ଼ିଶାରେ ତୃତୀୟ ଦକ୍ଷତା ଉନ୍ନତୀକରଣ କେନ୍ଦ୍ରର ଉଦ୍‌ଘାଟନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଏହି ନୂଆ କେନ୍ଦ୍ର ସହରର ସ୍ଥାନୀୟ ଯୁବବର୍ଗଙ୍କୁ ନିଯୁକ୍ତି କୈନ୍ଦ୍ରିକ ବୈଷୟିକ ଶିକ୍ଷା ଓ ଦକ୍ଷତା ସହ ତାଲିମ ଜରିଆରେ ସଶକ୍ତ କରାଇବ। ଏପରିକି ଓଡ଼ିଶାରେ ଏହା ୩ୟ କେନ୍ଦ୍ର ହୋଇଥିବା ବେଳେ ପୂର୍ବରୁ କଟକ ଏବଂ ବାଲେଶ୍ୱର ଠାରେ ଏଭଳି କେନ୍ଦ୍ର ଜାରି ରହିଛି। ସୂଚନାଯୋଗ୍ୟ, ରାଉରକେଲାର ରିଜର୍ଭ ପୋଲିସ ଲାଇନ ନିକଟସ୍ଥ ଜେଲ ରୋଡ୍‌ରେ ଏଚ୍‌ଏମ୍‌ଏସ୍‌ଆଇର ଦକ୍ଷତା ଉନ୍ନତୀକରଣ କେନ୍ଦ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?