ଏଚ୍‌ଏମ୍‌ଏସ୍‌ଆଇର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୨୨।୮: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ସ୍ବତନ୍ତ୍ର ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଗ୍‌ୱିଙ୍ଗ୍‌ ଗ୍ରାହକମାନଙ୍କ ପାଇଁ ‘ବର୍ଦ୍ଧିତ ୱାରେଣ୍ଟି ଓ ବର୍ଦ୍ଧିତ ୱାରେଣ୍ଟିି ପ୍ଲସ୍‌’ କାର୍ଯ୍ୟକ୍ରମର ସର୍ବଭାରତୀୟ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏପରି କି ଏହାର ଉଦ୍‌ଘାଟନୀ ଅଫର ଭାବେ ପ୍ରଥମ ୧୦,୦୦୦ ନୂଆ ଗ୍ରାହକଙ୍କୁ ବିନା ମୂଲ୍ୟରେ ବର୍ଦ୍ଧିତ ୱାରେଣ୍ଟି କାର୍ଯ୍ୟକ୍ରମରେ ସାମିଲ କରାଯିବ। ସେହିଭଳି ନୋ କଷ୍ଟ୍‌ ଅଫର ହାଇନେସ୍‌ ସିବି୩୫୦ ଓ ସିବି୩୫୦ ଆର୍‌ଏସ୍‌ର ପ୍ରଥମ ୧୦,୦୦୦ ନୂଆ ଗ୍ରାହକମାନଙ୍କ ପାଇଁ ପ୍ରାଥମିକତା (ଫାଷ୍ଟ୍‌ କମ୍‌ ଫାଷ୍ଟ୍‌ସର୍ଭ) ଭିତ୍ତିରେ (୨୦୨୩ ଅଗଷ୍ଟ ୮ରୁ ବୈଧ) ଲାଗୁ ହେବ।
ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ସେଲ୍‌ସ ଓ ମାର୍କେଟିଂ ନିର୍ଦ୍ଦେଶକ ଯୋଗେଶ ମାଥୁର କହିଛନ୍ତି, ଏଚ୍‌ଏମ୍‌ଏସ୍‌ଆଇରେ ଅତୁଳନୀୟ ମାଲିକାନା ଅନୁଭୂତି ପ୍ରଦାନ କରିବା ପ୍ରତି ଆମର ରହିଥିବା ଅତୁଟ ପ୍ରତିବଦ୍ଧତାକୁ ଆମେ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରୁଛୁ। ରେଡ୍‌ ୱିଙ୍ଗ ଗ୍ରାହକଙ୍କ ବିପୁଳ ସମର୍ଥନକୁ ନଜର କରି ଆମେ ଏହି ସ୍ବତନ୍ତ୍ର ଅଭିଯାନକୁ ଆମ ଲୋକପ୍ରିୟ ସିବି୩୫୦ ମୋଟରସାଇକେଲ୍‌ ପ୍ରତି ସମ୍ପ୍ରସାରିତ କରୁଛୁ। ଏହି ସ୍ବତନ୍ତ୍ର ସୁବିଧା ଓ ୧୦ ବର୍ଷ ପର୍ଯ୍ୟନ୍ତ ୱାରେଣ୍ଟି ସହିତ ଉଚ୍ଚ ମୂଲ୍ୟର ପାର୍ଟସ୍‌କୁ ନେଇ ଗ୍ରାହକମାନେ ସମ୍ପୂର୍ଣ୍ଣ ମାନସିକ ଶାନ୍ତି ଓ ସାରା ଭାରତରେ ହୋଣ୍ଡାର ଭରସାକୁ ଉପଭୋଗ କରିପାରିବେ। ଗ୍ରାହକମାନେ ସୁବିଧାରେ ନିକଟତମ ସ୍ବୀକୃତିପ୍ରାପ୍ତ ହୋଣ୍ଡା ବିଗ୍‌ୱିଙ୍ଗ୍‌ରେ ୫,୩୨୧ଟଙ୍କାରୁ ଆରମ୍ଭ ହେଉଥିବା ଏହି ସେବା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri