ଏଚ୍‌ଏମ୍‌ଏସ୍‌ଆଇର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୨୨।୮: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ସ୍ବତନ୍ତ୍ର ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଗ୍‌ୱିଙ୍ଗ୍‌ ଗ୍ରାହକମାନଙ୍କ ପାଇଁ ‘ବର୍ଦ୍ଧିତ ୱାରେଣ୍ଟି ଓ ବର୍ଦ୍ଧିତ ୱାରେଣ୍ଟିି ପ୍ଲସ୍‌’ କାର୍ଯ୍ୟକ୍ରମର ସର୍ବଭାରତୀୟ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏପରି କି ଏହାର ଉଦ୍‌ଘାଟନୀ ଅଫର ଭାବେ ପ୍ରଥମ ୧୦,୦୦୦ ନୂଆ ଗ୍ରାହକଙ୍କୁ ବିନା ମୂଲ୍ୟରେ ବର୍ଦ୍ଧିତ ୱାରେଣ୍ଟି କାର୍ଯ୍ୟକ୍ରମରେ ସାମିଲ କରାଯିବ। ସେହିଭଳି ନୋ କଷ୍ଟ୍‌ ଅଫର ହାଇନେସ୍‌ ସିବି୩୫୦ ଓ ସିବି୩୫୦ ଆର୍‌ଏସ୍‌ର ପ୍ରଥମ ୧୦,୦୦୦ ନୂଆ ଗ୍ରାହକମାନଙ୍କ ପାଇଁ ପ୍ରାଥମିକତା (ଫାଷ୍ଟ୍‌ କମ୍‌ ଫାଷ୍ଟ୍‌ସର୍ଭ) ଭିତ୍ତିରେ (୨୦୨୩ ଅଗଷ୍ଟ ୮ରୁ ବୈଧ) ଲାଗୁ ହେବ।
ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ସେଲ୍‌ସ ଓ ମାର୍କେଟିଂ ନିର୍ଦ୍ଦେଶକ ଯୋଗେଶ ମାଥୁର କହିଛନ୍ତି, ଏଚ୍‌ଏମ୍‌ଏସ୍‌ଆଇରେ ଅତୁଳନୀୟ ମାଲିକାନା ଅନୁଭୂତି ପ୍ରଦାନ କରିବା ପ୍ରତି ଆମର ରହିଥିବା ଅତୁଟ ପ୍ରତିବଦ୍ଧତାକୁ ଆମେ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରୁଛୁ। ରେଡ୍‌ ୱିଙ୍ଗ ଗ୍ରାହକଙ୍କ ବିପୁଳ ସମର୍ଥନକୁ ନଜର କରି ଆମେ ଏହି ସ୍ବତନ୍ତ୍ର ଅଭିଯାନକୁ ଆମ ଲୋକପ୍ରିୟ ସିବି୩୫୦ ମୋଟରସାଇକେଲ୍‌ ପ୍ରତି ସମ୍ପ୍ରସାରିତ କରୁଛୁ। ଏହି ସ୍ବତନ୍ତ୍ର ସୁବିଧା ଓ ୧୦ ବର୍ଷ ପର୍ଯ୍ୟନ୍ତ ୱାରେଣ୍ଟି ସହିତ ଉଚ୍ଚ ମୂଲ୍ୟର ପାର୍ଟସ୍‌କୁ ନେଇ ଗ୍ରାହକମାନେ ସମ୍ପୂର୍ଣ୍ଣ ମାନସିକ ଶାନ୍ତି ଓ ସାରା ଭାରତରେ ହୋଣ୍ଡାର ଭରସାକୁ ଉପଭୋଗ କରିପାରିବେ। ଗ୍ରାହକମାନେ ସୁବିଧାରେ ନିକଟତମ ସ୍ବୀକୃତିପ୍ରାପ୍ତ ହୋଣ୍ଡା ବିଗ୍‌ୱିଙ୍ଗ୍‌ରେ ୫,୩୨୧ଟଙ୍କାରୁ ଆରମ୍ଭ ହେଉଥିବା ଏହି ସେବା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ...

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା...

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ...

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ...

ବେଦାନ୍ତ କାର୍ଯ୍ୟ ପରିସର ଅଞ୍ଚଳରେ ପ୍ରକଳ୍ପ ପଞ୍ଛିର ବିସ୍ତାର

ଭୁବନେଶ୍ୱର,୧।୫: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମର ଅଭିନବ କାର୍ଯ୍ୟକ୍ରମ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଓଡ଼ିଶା ୟୁନିଟ୍‌...

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri