ଏଚ୍‌ଏମ୍‌ଏସ୍‌ଆଇର ନୂତନ ମୋବାଇଲ ଆପ୍‌

ଭୁବନେଶ୍ୱର,୨୩।୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ମୋବାଇଲ ଆପ୍‌ ‘ସ୍ମାର୍ଟ ୱାର୍କଶପ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଗ୍ରାହକ ଅନୁଭୂତିରେ ଉନ୍ନତି ଆଣିବା ଲାଗି ଶିଳ୍ପର ପ୍ରଥମ ନବସୃଜନ ସ୍ମାର୍ଟ ୱାର୍କଶପ୍‌ ମୋବାଇଲ ଆପ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଉକ୍ତ ଆପ୍‌ ଜରିଆରେ ଗ୍ରାହକମାନେ ଗାଡ଼ିର ସର୍ଭିସ୍‌ ଅଗ୍ରଗତି ବିଷୟରେ ବାସ୍ତବ ସମୟ ସୂଚନା ପାଇପାରିବେ। ସେହିଭଳି ଗ୍ରାହକମାନଙ୍କୁ ସୁବିଧା ଓ ସ୍ବଚ୍ଛତା ପ୍ରଦାନ କରିବାରେ ଏଚ୍‌ଏମ୍‌ଏସ୍‌ଆଇର ପ୍ରତିବଦ୍ଧତାକୁ ଏହା ଦୋହରାଉଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ସେଲ୍ସ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ ଯୋଗେଶ ମାଥୁର କହିଛନ୍ତି, ଗ୍ରାହକଙ୍କ ସନ୍ତୁଷ୍ଟି ଓ ନବସୃଜନ ବୃଦ୍ଧି ପାଇଁ ଆମ ପ୍ରତିବଦ୍ଧତା ଆମକୁ ‘ସ୍ମାର୍ଟ ୱାର୍କଶପ୍‌’ ମୋବାଇଲ ଆପ୍‌ ବିକଶିତ କରିବାକୁ ପ୍ରେରଣା ଦେଇଛି। ଏହି ବୈପ୍ଳବିକ ଉପକରଣ କେବଳ ସ୍ବଚ୍ଛତା ପ୍ରଦାନ କରିବ ନାହିଁ ବରଂ ଆମ ମୂଲ୍ୟବାନ ଗ୍ରାହକଙ୍କ ପାଇଁ ଏକ ଅସୁବିଧାମୁକ୍ତ ଅନୁଭୂତି ମଧ୍ୟ ସୁନିଶ୍ଚିତ କରିବ। ଏହି ଆପ୍ଲିକେଶନର ଶୁଭାରମ୍ଭ ଏହାର ଗ୍ରାହକଙ୍କ ସୁବିଧା ପାଇଁ ପ୍ରଯୁକ୍ତିର ଉପଯୋଗ କରିବା ପାଇଁ ଏଚ୍‌ଏମ୍‌ଏସ୍‌ଆଇର ସମର୍ପଣର ପ୍ରମାଣ। ଉଲ୍ଲେଖଯୋଗ୍ୟ, ସ୍ମାର୍ଟ ୱାର୍କଶପ୍‌’ ଆପ୍‌ ଜରିଆରେ ଗ୍ରାହକମାନେ ବର୍ତ୍ତମାନ ଗୋଟିଏ ଏସ୍‌ଏମ୍‌ଏସ୍‌ ଲିଙ୍କ୍‌ ଜରିଆରେ ନିଜ ଗାଡ଼ିର ସର୍ଭିସ୍‌ ପ୍ରସ୍ତୁତିର ପ୍ରତ୍ୟେକ ପର୍ଯ୍ୟାୟକୁ ଟ୍ରାକ୍‌ କରିବାର କ୍ଷମତା ରଖିଛନ୍ତି। ସର୍ଭିସ୍‌ ସେଣ୍ଟରଗୁଡ଼ିକରେ ଗ୍ରାହକଙ୍କ ଗାଡି ଭର୍ତ୍ତି ହେବା, ମରାମତି ହେବା ଏବଂ ଗାଡ଼ି ବାହାରିବାଠାରୁ ଆରମ୍ଭକରି ବିଭିନ୍ନ ପର୍ଯ୍ୟାୟ ଦେଇ ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri