ଏଚ୍‌ଏମ୍‌ଏସ୍‌ଆଇର ନୂତନ ମଡେଲ ଉନ୍ମୋଚିତ

ନୂଆଦିଲ୍ଲୀ,୧୩।୩: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ‘ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର୍‌ ଇଣ୍ଡିଆ’ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ୨ଟି ଅତ୍ୟାଧୁନିକ ମଡେଲର ସର୍ବ ଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓବିଡି ୨ବି ନିୟମ ପାଳନ କରୁଥିବା ୨୦୨୩ ହାଇନେସ୍‌ ସିବି୩୫୦ ଓ ସିବି୩୫୦ଆର୍‌ଏସ୍‌ର ବଜାର ପ୍ରବେଶ କରାଯାଇଛି। ଏହି ନୂଆ ମୋଟରସାଇକେଲ୍‌ ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ସାରା ଭାରତରେ ଥିବା ବିଗ୍‌ୱିଙ୍ଗ୍‌ ଡିଲରଶିପ୍‌ରେ ଉପଲବ୍ଧ ହେବ।

ବିଶେଷକରି ହାଇନେସ୍‌ ସିବି୩୫୦ର ଏକ୍ସ ଶୋ’ରୁମ୍‌ ଦିଲ୍ଲୀ ବଜାର ମୂଲ୍ୟ ୨,୦୯,୮୫୭ ଟଙ୍କାରୁ ଆରମ୍ଭ ହୋଇଥିବା ବେଳେ ୨୦୨୩ ସିବି୩୫୦ଆର୍‌ଏସ୍‌ର ମୂଲ୍ୟ ୨,୧୪,୮୫୬ ଟଙ୍କା ରହିଛି। ସେହିଭଳି ସିବି୩୫୦ ଗ୍ରାହକମାନଙ୍କ ଲାଗି ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ମାଇଁ ସିବି, ମାଇଁ ୱେ ନାମକ ନୂଆ କଷ୍ଟମାଇଜେଶନ୍‌ ସେକ୍ସନ୍‌ର ମଧ୍ୟ ଶୁଭାରମ୍ଭ କରାଯାଇଛି। ହୋଣ୍ଡା ଅସଲି ଆସେସୋରି ଭାବେ ବିକ୍ରି ହେବାକୁ ଥିବା ଏହି କଷ୍ଟମ୍‌ କିଟ୍‌ ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବିଗ୍‌ୱିଙ୍ଗ୍‌ ଡିଲରଶିପ୍‌ରେ ଉପଲବ୍ଧ ହେବ।

ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ ଆତସୁସି ଓଗାତା କହିଛନ୍ତି,ସରକାରଙ୍କ ଦ୍ୱାରା ଧାର୍ଯ୍ୟ ସମୟ ପୂର୍ବରୁ ନୂଆ ଉପତ୍ାଦଗୁଡ଼ିକୁ ଅପ୍‌ଗ୍ରେଡ୍‌ କରିବା ଲାଗି ଏଚ୍‌ଏମ୍‌ଏସ୍‌ଆଇ ଉତ୍ସାହର ସହ କାର୍ଯ୍ୟ କରୁଛି। ଆମେ ଅତ୍ୟନ୍ତ ଆଶାବାଦୀ ଯେ ଆମ ନୂଆ ସେକ୍ସନ ମାଇଁ ସିବି, ମାଇଁ ୱେ ଅଧୀନରେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କଷ୍ଟମ୍‌ କିଟ୍‌ ଆମର ନୂଆ ଓ ପୂର୍ବରୁ ଥିବା ସିବି୩୫୦ ଗ୍ରାହକଙ୍କୁ ଆହୁରି ଉଲ୍ଲସିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri