ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହୋ ସମାଜ ନେତା

କେନ୍ଦୁଝର,୨୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଆଦିବାସୀ ହୋ ସମାଜ ମହାସଭାର ନେତା ଗୌରଚନ୍ଦ୍ର ମୁଣ୍ଡା ଏବଂ ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ସଭାପତି ସୁରେଶ ମୁଣ୍ଡା l

ଏହି ଅବସରରେ ନେତା ଦ୍ୱୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ବିଶେଷ କରି ଖଣି ଅଞ୍ଚଳରେ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ଖଣି ଅଞ୍ଚଳର ଆଦିବାସୀମାନେ କାମଧନ୍ଦା ନ ପାଇ ପେଟପାଟଣା ପାଇଁ ରାଜ୍ୟ ବାହାରକୁ ଯିବାକୁ ବାଧ୍ୟ ହେଉଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ।

ଖଣି ଅଞ୍ଚଳରେ କୁଶଳୀ ଶ୍ରମିକ ଭାବେ ସ୍ଥାନୀୟ ଯୁବତୀ, ଯୁବକମାନେ କିପରି ନିଯୁକ୍ତି ପାଇ ପାରିପାରିବେ, ସେଥିପ୍ରତି ସରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ବ୍ୟତୀତ ସୁନ୍ଦରଗଡ଼ ଜିଲାର କୋଇଡ଼ା ବ୍ଲକ ଅଧୀନ ଏକ ଖଣିରେ ସ୍ଥାନୀୟ ଯୁବତୀ, ଯୁବକଙ୍କୁ ନିଯୁକ୍ତି ମିଳୁନାହିଁ l ଏ ସମ୍ପର୍କରେ ରାଷ୍ଟ୍ରପତିଙ୍କୁ ଅବଗତ କରାଯାଇଥିଲା। ରାଷ୍ଟ୍ରପତି ଭବନରୁ ସମସ୍ୟାର ସମାଧାନ ପାଇଁ ଖଣି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଆସିଛି l ମାତ୍ର ସମ୍ପୃକ୍ତ କମ୍ପାନୀ କର୍ତ୍ତୃପକ୍ଷ ଏହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରୁ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଏହା ସହିତ ଚମ୍ପୁଆଠାରେ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ସହଯୋଗ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri