Posted inଖେଳ

ହସ୍ପିଟାଲ୍‌ରେ ହକି କୋଚ୍‌ କୌଶିକ

ନୂଆଦିଲ୍ଲୀ,୬।୫(ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିବା ପରେ ପୂର୍ବତନ ଭାରତୀୟ ହକି କୋଚ୍‌ ଏମ୍‌.କେ. କୌଶିକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଭାରତ ସ୍ବର୍ଣ୍ଣ ପଦକ ହାସଲ କରିଥିଲା ଓ କୌଶିକ ଏହି ଦଳର ସଦସ୍ୟ ଥିଲେ। ୬୬ ବର୍ଷୀୟ କୌଶିକଙ୍କ ଅକ୍ସିଜେନ ସାଚୁରେଶନ ଲେଭଲ ଅସ୍ଥିର ରହୁଛି ବୋଲି ତାଙ୍କ ପରିବାର ତରଫରୁ କୁହାଯାଇଛି। ଏକ ସିଟି ନର୍ସିଂ ହୋମ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଛି ବୋଲି ତାଙ୍କ ପୁଅ ଏହସାନ କହିଛନ୍ତି। ଏପ୍ରିଲ ୧୭ ତାରିଖରେ ତାଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଥିଲା। ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ଏହାପରେ ତାଙ୍କର ସିଟି ସ୍କାନ କରାଯାଇଥିଲା। ଏଥିରେ କୋଭିଡ୍‌ କାରଣରୁ ସେ ନିମୋନିଆରେ ପୀଡିତ ବୋଲି ଜାଣିବାକୁ ମିଳିଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅସ୍ଥିର ରହୁଛି। ତାଙ୍କର ଅକ୍ସିଜେନ ସ୍ତର ତଳକୁ ଖସୁଛି ବୋଲି ଏହସାନ କହିଛନ୍ତି। କରୋନାର ଶିକାର ହୋଇ କୌଶିକଙ୍କ ସ୍ତ୍ରୀ ମଧ୍ୟ ସେହି ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ଓ ସେ ଆରୋଗ୍ୟ ଲାଭ କରିଛନ୍ତି। ୨-୩ ଦିନ ମଧ୍ୟରେ ତାଙ୍କୁ ରିଲିଜ କରାଯିବ ବୋଲି ଏହସାନ କହିଛନ୍ତି।
କୌଶିକ ଭାରତୀୟ ସିନିୟର ପୁରୁଷ ଓ ମହିଳା ଦଳର କୋଚ୍‌ ରହିଥିଲେ। ତାଙ୍କ ତତ୍ତ୍ୱାବଧାନରେ ଭାରତୀୟ ପୁରୁଷ ଦଳ ୧୯୮୮ ଏସିଆନ ଗେମ୍ସରେ ଚାମ୍ପିୟନ ହୋଇଥିଲା। ସେହିପରି ମହିଳା ଦଳ ୨୦୦୬ ଦୋହା ଏସିଆନ ଗେମ୍ସରେ ବ୍ରୋଞ୍ଜ୍‌ ପଦକ ଜିତିଥିଲା। ୧୯୮୮ରେ ତାଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୦୦୨ରେ ଦ୍ରୋଣାଚାର୍ଯ୍ୟ ଉପାଧିରେ ତାଙ୍କୁ ଭୂଷିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri