Posted inଖେଳ

ଚଳିତ ମାସ ୧୫ରୁ କଳିଙ୍ଗରେ ହକି ଫିଭର, ଦର୍ଶକଙ୍କ ପାଇଁ ଫ୍ରି ଟିକେଟ

ଭୁବନେଶ୍ୱର, ୩।୨: ଓଡ଼ିଶା ହକି ପ୍ରେମୀଙ୍କ ପାଇଁ ଭଲ ଖବର। କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବା ଆସନ୍ତା ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଦର୍ଶକମାନେ ମାଗଣାରେ ସେମାନଙ୍କ ପ୍ରିୟ ହକି ତାରକାଙ୍କ ଆକ୍ସନକୁ ଉପଭୋଗ କରିପାରିବେ। ହକି ଇଣ୍ଡିଆ ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି।

କଳିଙ୍ଗରେ ଉଭୟ ମହିଳା ଓ ପୁରୁଷ ବିଭାଗରେ ଲିଗ୍‌ ଚଳିତ ମାସ ୧୫ରୁ ଆରମ୍ଭ ହୋଇ ୨୫ ପର୍ଯ୍ୟନ୍ତ ଚାଲିବ। ଷ୍ଟାଡିୟମରେ ଏକ ଫ୍ୟାନ-ଫ୍ରେଣ୍ଡଲୀ ପରିବେଶ ସୃଷ୍ଟି କରିବାକୁ ହକି ଇଣ୍ଡିଆ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଦର୍ଶକମାନେ www.ticketgenie.inରେ ନିଜ ସମ୍ପର୍କରେ ସବିଶେଷ ବିବରଣୀ ଦେଇ ଅତି ସହଜରେ ସହଜରେ ଭର୍ଚୁଆଲ ଟିକେଟ ହାସଲ କରିପାରିବେ। ଟିକେଟ ପାଇଁ କୌଣସି ଦାମ୍‌ ଦେବାକୁ ପଡ଼ୁ ନ ଥିବାରୁ ରିଡେମ୍ପଶନର ଆବଶ୍ୟକତା ନାହିଁ। ନିଜ ଭର୍ଚୁଆଲ ଟିକେଟ ଦେଖାଇ ଦର୍ଶକମାନେ ସହଜରେ ଷ୍ଟାଡିୟମରେ ପ୍ରବେଶ କରିପାରିବେ।

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଭୁବନେଶ୍ୱର ଚରଣରେ ଭାରତ ପୁରୁଷ ବର୍ଗରେ ଇଂଲଣ୍ଡ, ସ୍ପେନ, ଜର୍ମାନୀ, ଆୟର୍ଲାଣ୍ଡ ସହିତ ମୁକାବିଲା କରିବ। ସେହିପରି ଭାରତୀୟ ମହିଳା ଦଳ ଜର୍ମାନୀ, ଇଂଲଣ୍ଡ, ନେଦରଲାଣ୍ଡ୍ସ ଓ ସ୍ପେନ୍‌ ସହିତ ଖେଳିବ। ପ୍ରତ୍ୟେକ ଦଳ ପରସ୍ପରକୁ ୨ଟି ଲେଖାଏ ମ୍ୟାଚରେ ଭେଟିବେ। ୧୫ ତାରିଖରେ ଭାରତୀୟ ମହିଳା ଦଳ ଇଂଲଣ୍ଡ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ସେହିଦିନ ସ୍ପେନ୍‌ ବିପକ୍ଷରେ ଖେଳିବ ଭାରତୀୟ ପୁରୁଷ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri