ଫେରିଲା ହକି ଫିଭର

ଢେଙ୍କାନାଳ ଅଫିସ, ୨୯।୧୧:ଜାନୁୟାରୀ ୧୩ରୁ ଆରମ୍ଭ ହେଉଛି ବିଶ୍ୱକପ୍‌ ହକି। ଏହି ବିଶ୍ୱସ୍ତରୀୟ ଲୋକପ୍ରିୟ କ୍ରୀଡ଼ାର ଆୟୋଜକ ଓଡ଼ିଶା ରହିଥିବାରୁ ରାଜଧାନୀରୁ ରାଉରକେଲା ଯାଏ ସବୁଠି ଏବେ ହକି ଫିଭର। ଏଥିରୁ ବାଦ୍‌ ପଡ଼ିନି ହକିର ଅନ୍ତୁଡ଼ିଶାଳ ଢେଙ୍କାନାଳ। ସ୍ଥାନୀୟ ଷ୍ଟାଡିୟମ୍‌ରେ ସୋମବାରଠାରୁ ଆରମ୍ଭ ହୋଇଛି ଓଡ଼ିଶା ନାଭାଲ ଟାଟା ହକିର ୧୪ ବର୍ଷରୁ କମ୍‌ ୫-ଏ-ସାଇଡ୍‌ ଗ୍ରାସରୁଟ୍‌ ଲିଗ୍‌ ଚାମ୍ପିୟନଶିପ୍‌। ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ରାଜ୍ୟର ୧୪ଟି ସେଣ୍ଟର ଅଂଶଗ୍ରହଣ କରିଛନ୍ତି। ଶ୍ରେଷ୍ଠ ପ୍ରଦର୍ଶନ କରିଥିବା କ୍ରୀଡ଼ାବିତ୍‌ଙ୍କୁ ନେଇ ଫେବୃୟାରୀରେ ଲକ୍ଷ୍ନୌଠାରେ ହେବାକୁ ଥିବା କେ.ଡି. ସିଂ ବାବୁ ଜାତୀୟ ପ୍ରତିଯୋଗିତା ପାଇଁ ଓଡ଼ିଶା ଦଳ ଚୟନ କରାଯିବ।
ପ୍ରତିଯୋଗିତାରେ ସୁନ୍ଦରଗଡ଼ର ୮, ଦେବଗଡ଼ର ୧, ସମ୍ବଲପୁରର ୨, ଢେଙ୍କାନାଳ, ରଣପୁର ଏବଂ ଛତ୍ରପୁରର ଗୋଟିଏ ଲେଖାଏ ଦଳ ଭାଗ ନେଇଛନ୍ତି। ୫-ଏ ସାଇଡ୍‌ ପ୍ରତିଯୋଗିତାରେ ପ୍ରତି ଦଳରେ ୮ ଜଣ ଲେଖାଏ ଖେଳାଳି ରହିବେ। ମ୍ୟାଚର ଉଭୟ ପଟରେ ୫ ଖେଳାଳି ଏବଂ ୩ ଅତିରିକ୍ତ ଖେଳାଳି ରହିବେ। ଜାତୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଥିବା ଖେଳାଳିଙ୍କୁ ଭୁବନେଶ୍ୱରଠାରେ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ବିଭିନ୍ନ ଜିଲାର ହକି ଖେଳାଳିଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri