Posted inଖେଳ

ଭୁବନେଶ୍ୱରକୁ ଫେରିବ ହକି ଫିଭର: ଫେବୃଆରୀ ୧୫ରୁ କଳିଙ୍ଗରେ ପ୍ରୋ-ଲିଗ୍‌

ଭୁବନେଶ୍ୱର, ୧୬।୧: ସମ୍ପ୍ରତି ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌) ଚାଲିଥିବାବେଳେ ଖୁବ୍‌ଶୀଘ୍ର ଭୁବନେଶ୍ୱରକୁ ଫେରିବାକୁ ଯାଉଛି ହକି ଫିଭର। କଳିଙ୍ଗ ଷ୍ଟାଡିୟମରେ ଫେବୃଆରୀ ୧୫ରୁ ଆରମ୍ଭ ହେବ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକି। ଏଫ୍‌ଆଇଏଚ୍‌ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ତଥ୍ୟ ଅନୁସାରେ ପ୍ରୋ ଲିଗ୍‌ର ପ୍ରଥମ ଚରଣ ଅଷ୍ଟ୍ରେଲିଆର ସିଡ୍‌ନୀରେ ଫେବୃଆରୀ ୪ରୁ ଆରମ୍ଭ ହେବ।

ନେଦରଲାଣ୍ଡ୍ସ ଓ ସ୍ପେନ ମଧ୍ୟରେ ପ୍ରଥମ ମ୍ୟାଚ ସିଡ୍‌ନୀ ଅଲିମ୍ପିକ୍‌ ପାର୍କ ହକି ସେଣ୍ଟରରେ ଅନୁଷ୍ଠିତ ହେବ। ସେଠାରେ ପୁରୁଷ ବିଭାଗରେ ନେଦରଲାଣ୍ଡ୍ସ, ସ୍ପେନ, ଅଷ୍ଟ୍ରେଲିଆ ଓ ମହିଳାରେ ଚାଇନା, ସ୍ପେନ୍‌ ଓ ଅଷ୍ଟ୍ରେଲିଆ ୯ ତାରିଖ ପର୍ଯ୍ୟନ୍ତ ଖେଳିବେ। ଏହାପରେ ହକି ଆକ୍ସନ ଭୁବନେଶ୍ୱର ଫେରିବ। କଳିଙ୍ଗ ଷ୍ଟାଡିୟମରେ ଭାରତ, ଜର୍ମାନୀ, ସ୍ପେନ୍‌, ଇଂଲଣ୍ଡ, ନେଦରଲାଣ୍ଡ୍ସ ଓ ଆୟର୍ଲାଣ୍ଡ ଉଭୟ ମହିଳା ଓ ପୁରୁଷ ବିଭାଗରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ମହିଳା ବିଭାଗରେ ଭାରତ ଏହାର ପ୍ରଥମ ମ୍ୟାଚ ୧୫ ତାରିଖରେ ଇଂଲଣ୍ଡ ସହ ଖେଳିବ।

ସେହିଦିନ ପୁରୁଷ ବର୍ଗରେ ସ୍ପେନ୍‌ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ପ୍ରୋ ଲିଗ୍‌ର ପରବର୍ତ୍ତୀ ଚରଣ ଆର୍ଜେଣ୍ଟିନାର ସାଣ୍ଟିଆଗୋଠାରେ ୨୦ ତାରିଖରୁ ଆରମ୍ଭ ହେବ। ଭୁବନେଶ୍ୱର ଓ ସାଣ୍ଟିଆଗୋ ଚରଣ ଶେଷ ବେଳକୁ ପ୍ରତି ଦଳ ୮ଟି ଲେଖାଏ ମ୍ୟାଚ ଖେଳି ସାରିଥିବେ। ତେଣୁ ଟାଇଟଲ ଦୌଡ଼ରେ କେଉଁ ଦଳ ରହିଥିବେ ତାହା ଜଣାପଡ଼ିବ। ଗତ ସିଜନରେ ପୁରୁଷ ବିଭାଗରେ ଅଷ୍ଟ୍ରେଲିଆ ଓ ମହିଳାରେ ନେଦରଲାଣ୍ଡ୍ସ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?