Posted inଖେଳ

ଅଲିମ୍ପିକ୍ସ ପରେ ଅବସର ନେବେ ହକି ଗୋଲକିପର ଶ୍ରୀଜେସ

ନୂଆଦିଲ୍ଲୀ,୨୨ା୭: ଭାରତର ପୁରୁଖା ହକି ଗୋଲକିପର ପ୍ୟାରିସ ଅଲିମ୍ପିକ୍ସରେ ପରେ ଖେଳରୁ ଅବସର ନେବେ। ସେ ସୋମବାର ଏ ବିଷୟ ଘୋଷଣା କରିଛନ୍ତି। ଶ୍ରୀଜେସଙ୍କ ତାଙ୍କ ୧୮ ବର୍ଷର ଲମ୍ବା କ୍ୟାରିଅରରେ ଭାରତୀୟ ହକି ଦଳର ଅନେକ ଐତିହାସିକ ମୁହୂର୍ତ୍ତ ସହ ସେ ସଂଶ୍ଲିଷ୍ଟ।

୩୬ ବର୍ଷୀୟ ଏହି ଭେଟେରାନ ଖେଳାଳି ଇତି ମଧ୍ୟରେ ୩୨୮ ଅନ୍ତର୍ଜାତୀୟ ଗେମ୍ସ ଖେଳି ସାରିଛନ୍ତି। ତନ୍ମଧ୍ୟରେ ତାଙ୍କର ତିନୋଟି ଅଲିମ୍ପିକ ଗେମ୍ସ, ଏକାଧିକ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ବିଶ୍ୱକପ୍‌ ରହିଛି। ଜୁଲାଇ ୨୬ରୁ ପ୍ୟାରିସରେ ସେ ତାଙ୍କର ଚତୁର୍ଥ ଅଲିମ୍ପିକ୍ସ ଖେଳିବେ। ପ୍ୟାରିସରେ ସେ ତାଙ୍କ ଅନ୍ତିମ ଗେମ୍‌ ଖେଳିବା ଲାଗି ପ୍ରସ୍ତୁତି ଚଳାଇଛନ୍ତି। ସେ ଦେଶ ପାଇଁ ଗୌରବ ଆଣି ଫେରିବେ ବୋଲି ଦୃଢ଼ତାର ସହିତ ଆଶା ପ୍ରକାଶ କରି କହିଛନ୍ତି।

ସେ କହିଛନ୍ତି, ୨୦୨୦ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଏପର୍ଯ୍ୟନ୍ତ ସୁଦ୍ଧା ତାଙ୍କର ସବୁଠାରୁ ବଡ଼ ସ୍ମରଣୀୟ ମୁହୂର୍ତ୍ତ ରହିଛି। ୨୦୦୬ ସାଉଥ ଏସିଆନ ଗେମ୍ସରେ ତାଙ୍କ ପଦର୍ପଣ ପରଠାରୁ ଶ୍ରୀଜେସ ୨୦୧୪ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଏବଂ ୨୦୧୮ ଜାକର୍ତ୍ତା-ପାଲେମବାଙ୍ଗ ଏସିଆଡ୍‌ରେ ବ୍ରୋଞ୍ଜ ପଦକ ମ୍ୟାଚରେ ଭାରତର ସ୍ମରଣୀୟ ବିଜୟରେ ତାଙ୍କର ଏକ ବଡ଼ ଭୂମିକା ରହିଛି।

ସେ ଆହୁରି ମଧ୍ୟ ୨୦୧୮ରେ ଏସିଆନ ଚାମ୍ପିୟନ୍ସ ଟ୍ରଫି ବିଜୟୀ ଦଳ ଏବଂ ଭୁବନେଶ୍ୱରରେ ୨୦୧୯ ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସ ଚାମ୍ପିୟନ ଦଳର ଅନ୍ୟତମ ସଦସ୍ୟ ଥିଲେ। ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ବିଜୟରେ ଏହି ପ୍ରବୀଣ ଗୋଲିକରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଏହି ପରିପ୍ରେକ୍ଷୀରେ ଭାରତର ଅଧିନାୟକ ହରମନପ୍ରୀତ ସିଂ କହିଛନ୍ତି, ଟୋକିଓ ଅଲିମ୍ପିକ୍ସରେ ଭାରତର ଐତିହାସିକ ବ୍ରୋଞ୍ଜ ପଦକ ହାସଲ ପଛରେ ଶ୍ରୀଜେସ ଅନ୍ୟତମ ମୁଖ୍ୟ ସ୍ଥପତି ଥିଲେ। ପ୍ୟାରିସ ଅଲିମ୍ପିକ୍ସରେ ଆଉ ଏକ ପଦକ ଜିତି ଶ୍ରୀଜେସଙ୍କ ଅନ୍ତିମ ଟୁର୍ନାମେଣ୍ଟକୁ ଆମେ ସ୍ମରଣୀୟ କରିବାକୁ ଆମେ ଚେଷ୍ଟା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri