Posted inଖେଳ

ପୁରସ୍କାର ରାଶି ଘୋଷଣାକଲା ହକି ଇଣ୍ଡିଆ

ଭୁବନେଶ୍ୱର,୨୯ା୧୨(ସ୍ପୋଟର୍‌ସ ବ୍ୟୁରୋ) : ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଖେଳାଳିଙ୍କ ମନୋବଳ ବଢାଇବା ପାଇଁ ପଦକ୍ଷେପ ନେଇଛି ହକି ଇଣ୍ଡିଆ। ଭାରତ ଯଦି ବିଶ୍ୱକପ୍‌ର ଏହି ସଂସ୍କରଣରେ ଚାମ୍ପିୟନ ହୁଏ ତେବେ ଦଳର ସମସ୍ତ ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ଭାରତୀୟ ହକି ଦଳ ବିଶ୍ୱକପ୍‌ରେ ସମୁଦାୟ ୩ଟି ପଦକ ହାସଲ କରିଛି।

୧୯୭୧ ଓ ୧୯୭୩ ସଂସ୍କରଣରେ ଦଳ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ମାଲେସିଆରେ ଅନୁଷ୍ଠିତ୧୯୭୫ ସଂସ୍କରଣରେ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ପାକିସ୍ତାନକୁ ପରାସ୍ତ କରି ଅଜିତ ପାଲ୍‌ ସିଂଙ୍କ ନେତୃତ୍ୱରେ ଭାରତ ଏହି ସଫଳତା ହାସଲ କରିଥିବା ବେଳେ ଏହା ପରଠାରୁ ଦଳ ଖାଲି ହାତରେ ଫେରିଛି। କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଭାରତରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଆୟୋଜିତ ହେଉଥିବା ବେଳେ ହୃତଗୌରବ ଫେରାଇ ଆଣିବାକୁ ପ୍ରୟାସ କରିବ ହରମନ୍‌ପ୍ରୀତ ସିଂଙ୍କ ଭାରତୀୟ ଦଳ। ବିଶ୍ୱର ୧୫ ଶକ୍ତିଶାଳୀ ଦଳଙ୍କ ମଧ୍ୟରେ ପୋଡିୟମ ଫିନିଶ ଭାରତ ପାଇଁ ଅତ୍ୟନ୍ତ କଷ୍ଟକର ବ୍ୟାପାର ରହିବ। ଭାରତୀୟ ଦଳର ମନୋବଳ ବୃଦ୍ଧି କରିବା ପାଇଁ ଏହି ପୁରସ୍କାର ରାଶି ଘୋଷଣା କରାଯାଇଥିବା ପ୍ରକାଶ କରିଛନ୍ତି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ।

୨୪ ଡିସେମ୍ବରରେ ହକି ଇଣ୍ଡିଆ ପକ୍ଷରୁ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସେ ପ୍ରକାଶ କରିଛନ୍ତି। ଭାରତୀୟ ଦଳ ଯଦି ଚଳିତ ସଂସ୍କରଣରେ ସ୍ବର୍ଣ୍ଣ ବିଜୟୀ ହୁଏ ତେବେ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୨୫ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୫ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ। ରୌପ୍ୟ ପଦକ ହାସଲ କଲେ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୩ ଲକ୍ଷ ଟଙ୍କାର ପୁରସ୍କାର ଓ ବ୍ରୋଞ୍ଜ ପଦକ ପାଇଁ ପ୍ରତ୍ୟେକ ଖେଳାଳିଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୨ ଲକ୍ଷ ଟଙ୍କାର ପୁରସ୍କାର ବ୍ୟବସ୍ଥା ରଖାଯାଇଛି। ଚଳିତ ବିଶ୍ୱକପ୍‌ରେ ଭାରତ ପୁଲ୍‌ ଡି’ରେ ସ୍ଥାନ ପାଇଛି। କଷ୍ଟସାଧ୍ୟ ଗ୍ରୁପ୍‌ରେ ସ୍ଥାନ ପାଇଥିବା ଭାରତ ସହିତ ସ୍ପେନ୍‌, ଇଂଲଣ୍ଡ ଓ ଓ୍ବେଲ୍ସ ମଧ୍ୟ ଗୋଟିଏ ଗ୍ରୁପ୍‌ରେ ସ୍ଥାନ ପାଇଛନ୍ତି। ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ସ୍ପେନ ବିପକ୍ଷରେ ଜାନୁୟାରୀ ୧୩ ତାରିଖରେ ନିଜର ଅଭିଯାନ ଆରମ୍ଭ କରିବ ଭାରତ। ୧୫ ତାରିଖରେ ସମାନ ଷ୍ଟାଡିୟମରେ ଇଂଲଣ୍ଡ ସହିତ ମ୍ୟାଚ୍‌ ଖେଳିବା ପରେ କଳିଙ୍ଗ ଷ୍ଟାଡିୟମରେ ୧୯ ତାରିଖରେ ଏହାର ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ ଖେଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri