Posted inଖେଳ

ପୁରସ୍କାର ରାଶି ଘୋଷଣାକଲା ହକି ଇଣ୍ଡିଆ

ଭୁବନେଶ୍ୱର,୨୯ା୧୨(ସ୍ପୋଟର୍‌ସ ବ୍ୟୁରୋ) : ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଖେଳାଳିଙ୍କ ମନୋବଳ ବଢାଇବା ପାଇଁ ପଦକ୍ଷେପ ନେଇଛି ହକି ଇଣ୍ଡିଆ। ଭାରତ ଯଦି ବିଶ୍ୱକପ୍‌ର ଏହି ସଂସ୍କରଣରେ ଚାମ୍ପିୟନ ହୁଏ ତେବେ ଦଳର ସମସ୍ତ ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ଭାରତୀୟ ହକି ଦଳ ବିଶ୍ୱକପ୍‌ରେ ସମୁଦାୟ ୩ଟି ପଦକ ହାସଲ କରିଛି।

୧୯୭୧ ଓ ୧୯୭୩ ସଂସ୍କରଣରେ ଦଳ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ମାଲେସିଆରେ ଅନୁଷ୍ଠିତ୧୯୭୫ ସଂସ୍କରଣରେ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ପାକିସ୍ତାନକୁ ପରାସ୍ତ କରି ଅଜିତ ପାଲ୍‌ ସିଂଙ୍କ ନେତୃତ୍ୱରେ ଭାରତ ଏହି ସଫଳତା ହାସଲ କରିଥିବା ବେଳେ ଏହା ପରଠାରୁ ଦଳ ଖାଲି ହାତରେ ଫେରିଛି। କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଭାରତରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଆୟୋଜିତ ହେଉଥିବା ବେଳେ ହୃତଗୌରବ ଫେରାଇ ଆଣିବାକୁ ପ୍ରୟାସ କରିବ ହରମନ୍‌ପ୍ରୀତ ସିଂଙ୍କ ଭାରତୀୟ ଦଳ। ବିଶ୍ୱର ୧୫ ଶକ୍ତିଶାଳୀ ଦଳଙ୍କ ମଧ୍ୟରେ ପୋଡିୟମ ଫିନିଶ ଭାରତ ପାଇଁ ଅତ୍ୟନ୍ତ କଷ୍ଟକର ବ୍ୟାପାର ରହିବ। ଭାରତୀୟ ଦଳର ମନୋବଳ ବୃଦ୍ଧି କରିବା ପାଇଁ ଏହି ପୁରସ୍କାର ରାଶି ଘୋଷଣା କରାଯାଇଥିବା ପ୍ରକାଶ କରିଛନ୍ତି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ।

୨୪ ଡିସେମ୍ବରରେ ହକି ଇଣ୍ଡିଆ ପକ୍ଷରୁ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସେ ପ୍ରକାଶ କରିଛନ୍ତି। ଭାରତୀୟ ଦଳ ଯଦି ଚଳିତ ସଂସ୍କରଣରେ ସ୍ବର୍ଣ୍ଣ ବିଜୟୀ ହୁଏ ତେବେ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୨୫ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୫ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ। ରୌପ୍ୟ ପଦକ ହାସଲ କଲେ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୩ ଲକ୍ଷ ଟଙ୍କାର ପୁରସ୍କାର ଓ ବ୍ରୋଞ୍ଜ ପଦକ ପାଇଁ ପ୍ରତ୍ୟେକ ଖେଳାଳିଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ୨ ଲକ୍ଷ ଟଙ୍କାର ପୁରସ୍କାର ବ୍ୟବସ୍ଥା ରଖାଯାଇଛି। ଚଳିତ ବିଶ୍ୱକପ୍‌ରେ ଭାରତ ପୁଲ୍‌ ଡି’ରେ ସ୍ଥାନ ପାଇଛି। କଷ୍ଟସାଧ୍ୟ ଗ୍ରୁପ୍‌ରେ ସ୍ଥାନ ପାଇଥିବା ଭାରତ ସହିତ ସ୍ପେନ୍‌, ଇଂଲଣ୍ଡ ଓ ଓ୍ବେଲ୍ସ ମଧ୍ୟ ଗୋଟିଏ ଗ୍ରୁପ୍‌ରେ ସ୍ଥାନ ପାଇଛନ୍ତି। ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ସ୍ପେନ ବିପକ୍ଷରେ ଜାନୁୟାରୀ ୧୩ ତାରିଖରେ ନିଜର ଅଭିଯାନ ଆରମ୍ଭ କରିବ ଭାରତ। ୧୫ ତାରିଖରେ ସମାନ ଷ୍ଟାଡିୟମରେ ଇଂଲଣ୍ଡ ସହିତ ମ୍ୟାଚ୍‌ ଖେଳିବା ପରେ କଳିଙ୍ଗ ଷ୍ଟାଡିୟମରେ ୧୯ ତାରିଖରେ ଏହାର ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ ଖେଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri