Posted inଖେଳ

ଆର୍ଥିକ ସହାୟତା ଘୋଷଣା କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ,୨ା୭: ହକିର ବିକାଶ ପାଇଁ ସମସ୍ତ ରାଜ୍ୟ ଫେଡେରେଶନ୍‌ ଓ ଜିଲା ପାଇଁ ହକି ଇଣ୍ଡିଆ ଆର୍ଥିକ ସହାୟତା ବୃଦ୍ଧି ଘୋଷଣା କରିଛି । ରାଜ୍ୟ ଏବଂ ଜିଲାସ୍ତରରେ ଆୟୋଜିତ ହେଉଥିବା ଟୁର୍ନାମେଣ୍ଟର ଅଧିକ ଉନ୍ନତ ପାଇଁ ଏହି ସହାୟତା ଯୋଗାଇ ଦିଆଯିବ।

ପୂର୍ବରୁ ପ୍ରତ୍ୟେକ ଟୁର୍ନାମେଣ୍ଟକୁ ସଫଳତାର ସହ ଆୟୋଜନ କରିବା ପାଇଁ ହକି ଇଣ୍ଡିଆ ପକ୍ଷରୁ ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସମ୍ପୃକ୍ତ ବୋର୍ଡକୁ ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ଏହି ରାଶିକୁ ବୃଦ୍ଧି କରିବାକୁ ହକି ଇଣ୍ଡିଆ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ଭାବରେ ୧ ଲକ୍ଷ ଟଙ୍କାର ଅର୍ଥରାଶି ବଢାଇବାକୁ ଯୋଜନା କରାଯାଇଛି। ବର୍ଦ୍ଧିତ ଅର୍ଥରାଶିକୁ ଇନ୍‌ସେଣ୍ଟିଭ ଜରିଆରେ ସମ୍ପୃକ୍ତ ରାଜ୍ୟ କିମ୍ବା ଜିଲା ୟୁନିଟକୁ ପ୍ରଦାନ କରାଯିବ।
ଏହା ସହିତ କୌଣସି ରାଜ୍ୟସ୍ତରୀୟ ଟୁର୍ନାମେଣ୍ଟର ସଫଳ ଆୟୋଜନ ପରେ ସମ୍ପୃକ୍ତ ରାଜ୍ୟ ୟୁନିଟକୁ ୧୦ ଲକ୍ଷ ଟଙ୍କାର ଆର୍ଥତ୍କ ସହାୟତା ମିଳିବ। ଚଳିତ ୨୦୨୩ରୁ ଏହି ବ୍ୟବସ୍ଥା ଲାଗୁ କରାଯିବ ବୋଲି ହକି ଇଣ୍ଡିଆ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri