Posted inଖେଳ

ଜୁନିୟର ପୁରୁଷ ହକି ବିଶ୍ୱକପ୍‌: ଭାରତୀୟ ଦଳରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୧୪।୧୧ (ପି.ଟି.): ଡିସେମ୍ବର ୫ରୁ ୧୬ ପର୍ଯ୍ୟନ୍ତ କୁଆଲାଲମ୍ପୁରଠାରେ ଖେଳାଯିବାକୁ ଥିବା ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ରେ ପ୍ରତିଭାସମ୍ପନ୍ନ ଫରଓ୍ବାର୍ଡ ଉତ୍ତମ ସିଂ ଭାରତୀୟ ଦଳର ନେତୃତ୍ୱ ନେବେ। ଘୋଷଣା କରାଯାଇଥିବା ଦଳରେ ଓଡ଼ିଶାର ୪ଜଣ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଅମନଦୀପ ଲାକ୍ରା, ସୁନୀଲ ଜୋଜୋ, ସୁଦୀପ ଚିର୍‌ମାକୋ, ସୁନୀତ ଲାକ୍ରା। ବର୍ତ୍ତମାନର ଏସିଆନ ଚାମ୍ପିୟନ୍ସ ଭାରତ ପୁଲ୍‌ ‘ସି’ରେ କାନାଡା, ଦକ୍ଷିଣ କୋରିଆ ଓ ସ୍ପେନ୍‌ ସହ ସ୍ଥାନ ପାଇଛି।

ଦଳ ଡିସେମ୍ବର ୫ରେ କୋରିଆ ବିପକ୍ଷରେ ଖେଳି ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ଡିସେମ୍ବର ୭ରେ ସ୍ପେନ୍‌ ଏବଂ ଡିସେମ୍ବର ୯ରେ କାନାଡା ବିପକ୍ଷରେ ଖେଳିବ। ଟୁର୍ନାମେଣ୍ଟର ଗତ ସଂସ୍କରଣରେ ଭାରତ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଏଥର କିନ୍ତୁ ଦଳ ଆହୁରି ଆଗକୁ ଯିବ ବୋଲି କୋଚ୍‌ ସି.ଆର୍‌. କୁମାର ପ୍ରକାଶ କରିଛନ୍ତି। ଟୁର୍ନାମେଣ୍ଟର ପୁଲ୍‌ ‘ଏ’ରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ଚିଲି ଓ ମାଲେସିଆ ସ୍ଥାନ ପାଇଥିବା ବେଳେ ପୁଲ ‘ବି’ରେ ଇଜିପ୍ଟ, ଫ୍ରାନ୍ସ, ଜର୍ମାନୀ ଓ ଦକ୍ଷିଣ ଆଫ୍ରିକା ରହିଛନ୍ତି। ସେହିପରି ପଲ୍‌ ‘ଡି’ରେ ବେଲଜିୟମ, ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ ଓ ପାକିସ୍ତାନ କ୍ୱାର୍ଟରଫାଇନାଲରେ ସ୍ଥାନ ପାଇଁ ଲଢେଇ କରିବେ।

ଭାରତୀୟ ଦଳ
ଗୋଲକିପର: ମୋହିତ ଏଚ୍‌ଏସ୍‌, ରଣବିଜୟ ସିଂ ଯାଦବ। ଡିଫେଣ୍ଡର: ଶର୍ଦ୍ଦାନନ୍ଦ ତିଓ୍ବାରୀ, ଅମନଦୀପ ଲାକ୍ରା, ରୋହିତ, ସୁନୀଲ ଜୋଜୋ ଓ ଅମିର ଅଲି। ମିଡ୍‌ଫିଲ୍ଡର: ବିଷ୍ଣୁକାନ୍ତ ସିଂ, ପୁଭାନ୍ନା ସିବି, ରାଜିନ୍ଦର ସିଂ, ଅମନଦୀପ ଲାକ୍ରା, ଆଦିତ୍ୟ ସିଂ। ଫରଓ୍ବାର୍ଡ: ଉତ୍ତମ ସିଂ(ଅଧିନାୟକ), ଆଦିତ୍ୟ ଲାଲାଗେ, ଅରାଇଜିତ୍‌ ସିଂ ହୁଣ୍ଡାଲ (ଉପଅଧିନାୟକ), ସୌରଭ ଆନନ୍ଦ କୁସ୍ବାହା, ସୁଦୀପ ଚିରମାକୋ, ବବି ସିଂ ଧାମି। ରିଜର୍ଭ ଖେଳାଳି: ସୁଖବିନ୍ଦର, ସୁନୀତ ଲାକ୍ରା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri