Posted inଖେଳ

ବିଶ୍ୱକପ ଦଳ ଘୋଷଣା କଲା ହକି ଇଣ୍ଡିଆ: ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ,୨୩ା୧୨: ହକି ଇଣ୍ଡିଆ ପକ୍ଷରୁ ଶୁକ୍ରବାର ହକି ବିଶ୍ୱକପ ପାଇଁ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର-ରାଉରକେଲାରେ ହେବାକୁ ଥିବା ଏହି ମେଗା ଟୁର୍ନାମେଣ୍ଟ ପାଇଁ ହରମନ୍‌ପ୍ରୀତ୍‌ ସିଂଙ୍କୁ ଅଧିନାୟକ ଭାବେ ଘୋଷଣା କରାଯାଇଛି। ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଉପ ଅଧିନାୟକ ଭାବେ ଘୋଷଣା କରାଯାଇଛି। ଏହା ସହିତ ନୀଲମ ସଞ୍ଜୀପ ଖେସ୍‌ ଅନ୍ୟତମ ଖେଳାଳି ଭାବେ ୧୮ ଜଣିଆ ଦଳରେ ସ୍ଥାନ ପାଇଛନ୍ତି।

ଭାରତ ଗ୍ରୁପ୍‌ ଡି’ରେ ଇଂଲଣ୍ଡ, ସ୍ପେନ୍‌ ଓ ଓ୍ବେଲ୍ସ ସହିତ ସ୍ଥାନ ପାଇଥିବା ବେଳେ ଜାନୁୟାରୀ ୧୩ ତାରିଖରେ ନବନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରୁ ନିଜର କ୍ୟାମ୍ପେନ୍‌ ଆରମ୍ଭ କରିବ। ଟିମ୍‌ରେ ଉଭୟ ଅଭିଜ୍ଞ ଏବଂ ଯୁବ ଖେଳାଳି ସ୍ଥାନ ପାଇଥିବା ବେଳେ ଦଳକୁ ପୋଡିୟମ ଫିନିଶରେ ସାହାଯ୍ୟ କରିବ ବୋଲି ହକି ଇଣ୍ଡିଆ ପକ୍ଷରୁ କୁହାଯାଇଛି। କ୍ରିଷନ୍‌ ବାହାଦୂର ପାଠକ ଓ ପି. ଆର. ଶ୍ରୀଜେସଙ୍କୁ ଗୋଲ ରକ୍ଷକ ଭାବେ ଦଳରେ ସାମିଲ କରାଯାଇଛି। ଶ୍ରୀଜେସଙ୍କର ଏହା ୪ର୍ଥ ବିଶ୍ୱକପ ହୋଇଥିବା ବେଳେ ଘରୋଇ ମାଟିରେ ତୃତୀୟ ବିଶ୍ୱକପ୍‌। ହରମନ୍‌ପ୍ରୀତ୍‌ ସିଂ, ଅମିତ ରୋହିଦାସ, ସୁରେନ୍ଦର କୁମାର, ବରୁଣ କୁମାର, ଜର୍ମନପ୍ରୀତ ସିଂ ଓ ନୀଲମ୍‌ ସଞ୍ଜୀପ ଖେସ୍‌ଙ୍କୁ ଡିଫେଣ୍ଡର ଦାୟିତ୍ୱ ପ୍ରଦାନ କରାଯାଇଛି। ବିବେକ ସାଗର ପ୍ରସାଦ ଦଳକୁ ଫେରିଥିବା ବେଳେ ମନପ୍ରୀତ ସିଂ, ହାର୍ଦ୍ଦିକ୍‌ ସିଂ, ନୀଳକଣ୍ଠ ଶର୍ମା, ଶମସେର ସିଂ ଓ ଆକାଶଦୀପ ସିଂଙ୍କୁ ମଧ୍ୟ ମିଡଫିଲ୍ଡର ଭାବେ ଦଳରେ ରଖାଯାଇଛି। ମନଦୀପ ସିଂ, ଲଳିତ କୁମାର ଉପାଧ୍ୟାୟ, ଅଭିଷେକ ଓ ସୁଖଜିତ ସିଂଙ୍କୁ ଫରଓ୍ବାର୍ଡ ଲାଇନ ଅପରେ ରଖାଯାଇଥିବା ବେଳେ ରାଜକୁମାର ପାଲ ଓ ଯୁଗରାଜ ସିଂଙ୍କୁ ବଦଳ ଖେଳାଳି ଭାବରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri