Posted inଖେଳ

ହକି ଇଣ୍ଡିଆ ସିଇଓଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮ା୨(ପି.ଟି.): ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲେନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିଛନ୍ତି। ହକି ଇଣ୍ଡିଆ ପକ୍ଷରୁ ତାଙ୍କର ବେତନ ଦିଆଯାଇ ନ ଥିବା ଅଭିଯୋଗ କରିବା ସହ ସେ ନିଜ ପଦରୁ ଓହରି ଯାଇଛନ୍ତି। ୪୯ ବର୍ଷୀୟ ଏହି ଅଷ୍ଟ୍ରେଲୀୟ ଜଣଙ୍କ ଦୀର୍ଘ ବର୍ଷ ଧରି ଭାରତୀୟ ହକି ପାଇଁ କାମ କରି ଆସୁଛନ୍ତି। ଦୀର୍ଘ ୧୩ ବର୍ଷ ହେବ ସେ ସିଇଓ ପଦରେ ରହିଥିବା ବେଳେ ଭାରତୀୟ ହକି ସଫଳତାର ନୂଆ ଶିଖର ଛୁଇଁଥିଲା। ବିଗତ ୩ ମାସ ଧରି ମୋର ବେତନ ମିଳି ନ ଥିବା ବେଳେ ବିଗତ ସପ୍ତାହରେ ଏହା ମିଳିଥିଲା। ଏହାପରେ ଏଲେନା ଇସ୍ତଫା ଦେଇଥିବା କୁହାଯାଇଛି। ଇସ୍ତଫା ଦେବା ସହ ହକି ଇଣ୍ଡିଆରେ ଗୋଷ୍ଠୀ ବିବାଦ ଚାଲିଥିବା ନେଇ ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଓ ମୁଁ ଗୋଟିଏ ଗୋଷ୍ଠୀରେ ଥିବା ବେଳେ ମହାସଚିବ ଭୋଲାନାଥ ସିଂ, କାର୍ଯ୍ୟକାରୀ ନିର୍ଦ୍ଦେଶକ କମୋଡର ଆର୍‌. କେ. ଶ୍ରୀବାସ୍ତବ ଓ କୋଷାଧ୍ୟକ୍ଷ ଜେ. ମନୋହରନ ଅନ୍ୟ ଏକ ଗୋଷ୍ଠୀରେ ରହିଥିଲେ। ଦୁଇଟି ଗୋଷ୍ଠୀ ମଧ୍ୟରେ ଦ୍ୱନ୍ଦ୍ୱ ରହିଥିବା ବେଳେ ଆବଶ୍ୟକ ଫଳାଫଳ ମିଳିବା କଷ୍ଟକର ବୋଲି କହିଛନ୍ତି ଏଲେନା।
୨୦୦୭ରେ ଅଷ୍ଟ୍ରେଲିଆ ଛାଡି ଏକ ସ୍ପୋଟର୍‌ସ ମ୍ୟାନେଜମେଣ୍ଟ କମ୍ପାନୀରେ କାମ କରିବା ପାଇଁ ଭାରତ ଆସିଥିଲେ ଏଲେନା । ୨୦୧୧ରେ ହକି ଇଣ୍ଡିଆର ପ୍ରଥମ ସିଇଓ ଭାବରେ କାର୍ଯ୍ୟଭାର ଗ୍ରହଣ କରିବା ସହ ସଫଳତା ହାସଲ କରିଥିଲେ। ପୂର୍ବରୁ ଭାରତୀୟ ମହିଳା ହକି ଦଳର ମୁଖ୍ୟ କୋଚ୍‌ ଜାନେକ ସ୍କୁପମାନ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ତାଙ୍କ ଇସ୍ତଫା ଗ୍ରହଣ କରିଥିବା ବେଳେ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। କେବଳ ହକି ଇଣ୍ଡିଆର ସଭାପତି ଭାବେ ନୁହେଁ ବରଂ ଜଣେ ପୂର୍ବତନ ଖେଳାଳି ଭାବରେ ମୁଁ ଏଲେନାଙ୍କୁ ଧନ୍ୟବାଦ ଜଣାଇବାକୁ ଚାହିଁବି। ବିଗତ ୧୨-୧୩ ବର୍ଷ ମଧ୍ୟରେ ଭାରତୀୟ ହକି ପ୍ରତି ତାଙ୍କର ଅବଦାନ ଉଲ୍ଲେଖନୀୟ। ଭାରତରେ ହକିର ବିକାଶରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହୋଇଥିବା ବେଳେ ଭବିଷ୍ୟତ ପାଇଁ ମୁଁ ତାଙ୍କୁ ଶୁଭେଚ୍ଛା ଜଣାଉଛି ବୋଲି କହିଛନ୍ତି ତିର୍କୀ। ନର୍ମାନଙ୍କ କାର୍ଯ୍ୟକାଳ ସମୟରେ ଭାରତୀୟ ପୁରୁଷ ଦଳ ୪୧ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ମହିଳା ଦଳ ଚତୁର୍ଥ ସ୍ଥାନରେ ରହିଥିଲା। ଏହା ବ୍ୟତୀତ ଭାରତରେ ୨୦୧୮ ଓ ୨୦୨୩ରେ ପୁରୁଷ ହକି ବିଶ୍ୱକପ ଓ ୨୦୧୬, ୨୧ରେ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସେହିପରି ଫ୍ରାଞ୍ଚାଇଜ ବେସ୍‌ଡ ହକି ଇଣ୍ଡିଆ ଲିଗ୍‌ର ୫ଟି ସଂସ୍କରଣ ସେ ସଫଳତାର ସହ ଆୟୋଜନ କରିଥିଲେ। ଏହା ବ୍ୟତୀତ ୨୦୧୫ ଓ ୧୭ରେ ହକି ଓ୍ବାଲର୍‌ଡ ଲିଗ୍‌ର ଫାଇନାଲ ଆୟୋଜନ କରିବା ସହ୨୦୧୯ ଓ ୨୪ରେ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ କରିଥିଲେ। ଭାରତରେ ମହିଳା ହକିକୁ ଲୋକପ୍ରିୟ କରିବା ପଛରେ ନର୍ମାନଙ୍କ ବଡ ଭୂମିକା ରହିଥିବା ହକି ଇଣ୍ଡିଆ ପକ୍ଷରୁ ଏକ ବିବୃତି ଜାରି କରାଯାଇ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri