Posted inଖେଳ

ହକି ଇଣ୍ଡିଆ ହାଇ ପରଫର୍ମାନ୍ସ ଡାଇରେକ୍ଟରଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୧।୮(ପି.ଟି.): ହକି ଇଣ୍ଡିଆ (ଏଚ୍‌ଆଇ) ହାଇ ପରଫର୍ମାନ୍ସ ଡାଇରେକ୍ଟର ଡେଭିଡ୍‌ ଜନ୍‌ ତାଙ୍କ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବ୍ୟକ୍ତିଗତ ଓ ସ୍ବାସ୍ଥ୍ୟଗତ କାରଣରୁ ସେ ପଦ ଛାଡିଛନ୍ତି ଓ ସେ ଅଷ୍ଟ୍ରେଲିଆ ପ୍ରତ୍ୟାବର୍ତ୍ତନ କରିବାକୁ ମନସ୍ଥ କରିଛନ୍ତି ବୋଲି କୁହାଯାଇଛି। କ୍ରୀଡ଼ା ମନ୍ତ୍ରଣାଳୟ ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତାଙ୍କ ଚୁକ୍ତିର ନବିକରଣ କରିଥିଲା। ୨୦୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ତାଙ୍କ ଚୁକ୍ତି ବଳବତ୍ତର ରହିଥାନ୍ତା। ତେବେ ଏହା ସତ୍ତ୍ୱେ ସେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚକିତ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ହକି ଇଣ୍ଡିଆ ଓ ସାଇକୁ ପଠାଇ ଦେଇଛନ୍ତି। ଅବଶ୍ୟ ହକି ଇଣ୍ଡିଆ ମିଡିଆ ବିଭାଗ ଏ ନେଇ କିଛି କହିବାକୁ ମନା କରିଦେଇଛି। ତେବେ ଫେଡେରେଶନ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛି ବୋଲି କୁହାଯାଇଛି।
ଫେଡେରେଶନ ମଧ୍ୟରେ ଜନ୍‌ ନିଜକୁ ଏକୁଟିଆ ତଥା ଅବହେଳିତ ମନେ କରୁଥିଲେ। ପତ୍ୟେକ ଟୁର୍ନାମେଣ୍ଟ ପୂର୍ବରୁ ନଷ୍ପତ୍ତି ନେବା ପ୍ରକ୍ରିୟାରେ ଗଠନ କରଯାଉଥିବା ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ତାଙ୍କୁ ସାମିଲ କରାଯାଉ ନ ଥିଲା ବୋଲି ବିଶ୍ୱସ୍ତ ସୁତ୍ରରୁ ଜଣାଯାଇଛି। ଜନ୍‌ଙ୍କୁ ବାଦ୍‌ ଦେଲେ ସମସ୍ତେ ଏହି ଗ୍ରୁପ୍‌ରେ ସାମିଲ ହେଉଥିଲେ। ତେବେ ସେ ହାଇ ପରଫର୍ମାନ୍ସ ଡାଇରେକ୍ଟର ହିସାବରେ ସାଇ କାର୍ଯ୍ୟାଳୟରେ ଆୟୋଜିତ ହେଉଥିବା ବୈଠକରେ ଉପସ୍ଥିତ ରହୁଥିଲେ। କୋଭିଡ୍‌-୧୯ ମହାମାରୀ କାରଣରୁ ହକି ଖେଳିଯିବା ବନ୍ଦ ହୋଇଯିବା କାରଣରୁ ବୋଧ ହୁଏ ସେ ଏହି ନିଷ୍ପତ୍ତି ନେଇଛନ୍ତି। ୨୦୨୧ ମାର୍ଚ୍ଚ ପର୍ଯ୍ୟନ୍ତ ଭାରତୀୟ ପୁରୁଷ ଦଳ କୌଣସି ହକି ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ନାହିଁ। ଏହି ସମୟରେ ଏସିଆନ ଚାମ୍ପିୟନ୍ସ ଟ୍ରଫିର କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ କରାଯିବ। ୨୦୧୬ ଅନ୍ତିମ ଭାବେ ଜନ୍‌ ହାଇ ପରଫର୍ମାନ୍ସ ଡାଇରେକ୍ଟର ଭାବେ ନିଯୁକ୍ତ ପାଇଥିଲେ। ତେବେ ଏହା ପୂର୍ବରୁ ସେ ଭାରତୀୟ ପୁରୁଷ ଦଳର ଫିଜିଓ ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ। ଏହି ସମୟରେ ମାଇକେଲ ନୋବ୍ସ ୨୦୧୧ରେ ପୁରୁଷ ଦଳର ମୁଖ୍ୟ କୋଚ୍‌ ମଧ୍ୟ ନିଯୁକ୍ତ ହୋଇଥିଲେ। ତେବେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ପରେ ଜନ୍‌ ଇସ୍ତଫା ଦେଇଥିଲେ। ଏହାପରେ ସେ ପୁଣି ୨୦୧୬ରେ ହାଇ ପରଫର୍ମାନ୍ସ ଡାଇରେକ୍ଟର ଭାବେ ନିଯୁକ୍ତ ପାଇଥିଲେ। ୧୨ ହଜାର ଆମେରିକୀୟ ଡଲାର ପାଉଣାରେ ନିଯୁକ୍ତି ପାଇଥିବା ଜନ୍‌ ଭୁବନେଶ୍ୱରରେ ଅନୁଷ୍ଠିତ ୨୦୧୮ ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ପୂର୍ବତନ ଅଧିନାୟକ ସର୍ଦ୍ଦାର ସିଂଙ୍କୁ ସ୍ଲୋ ବା ମନ୍ଥର କହି ଚର୍ଚ୍ଚା ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri