Posted inଖେଳ

ହକି ଇଣ୍ଡିଆ ମାଷ୍ଟର୍ସ କପ୍‌: ଯୋଗଦେବେ ଭେଟେରାନ ଖେଳାଳି, ଜାଣନ୍ତୁ ମ୍ୟାଚ୍‌ ଭେନ୍ୟୁ ଓ ତାରିଖ…

ନୂଆଦିଲ୍ଲୀ, ୨୩ା୫: ଭେଟେରାନ ଖେଳାଳିଙ୍କୁ ନେଇ ହକି ଇଣ୍ଡିଆ ମାଷ୍ଟର୍ସ କପ୍‌ର ଉଦ୍‌ଘାଟନୀ ସଂସ୍କରଣ ଜୁନ୍‌ ୧୮ରୁ ୨୭ ପର୍ଯ୍ୟନ୍ତ ଚେନ୍ନାଇରେ ହେବ। ହକି ଇଣ୍ଡିଆ ଶୁକ୍ରବାର ବିଧିବଦ୍ଧ ଭାବେ ଇଭେଣ୍ଟର ଭେନ୍ୟୁ ଓ ତାରିଖ ଘୋଷଣା କରିଛି। ଟୁର୍ନାମେଣ୍ଟ ଲାଗି ଉଭୟ ପୁରୁଷ ଓ ମହିଳା ଖେଳାଳି ନିଲାମ ପ୍ରକ୍ରିୟାରେ ଭାଗ ନେବେ। ଏହି ଲିଗ୍‌ ଭାରତୀୟ ହକିର ଏକ ନୂଆ ଅଧ୍ୟାୟ ହେବାକୁ ଯାଉଛି।

ଭେଟେରାନ ଖେଳାଳିମାନଙ୍କ ଲାଗି ଏହା ହେଉଛି ଏକ ଉତ୍ସର୍ଗିକୃତ ପ୍ଲାଟଫର୍ମ। ଲିଗ୍‌ର ନିୟମାନୁସାରେ ଏଥିରେ ପୁରୁଷ ବିଭାଗରେ ୪୦ବର୍ଷ କିମ୍ବା ତଦୂର୍ଦ୍ଧ୍ୱ ବୟସର ଖେଳାଳି ଭାଗ ନେଇପାରିବେ। ସେହିପରି ମହିଳା ବିଭାଗରେ ୩୫ ଏବଂ ତା’ଠାରୁ ଅଧିକ ବୟସର ଖେଳାଳି ଅଂଶଗ୍ରହଣ କରିପାରିବେ।

ଉଭୟ ବିଭାଗର ଦଳଗୁଡ଼ିକର ନାମ ଖୁବ୍‌ଶୀଘ୍ର ଘୋଷଣା କରାଯିବ। ଏହି ଇଭେଣ୍ଟରେ ଅଂଶଗ୍ରହଣ କରିବାକୁ ହେଲେ ସମ୍ପୃକ୍ତ ଖେଳାଳିଙ୍କୁ ସେମାନେ ରାଜ୍ୟ ୟୁନିଟ ଜରିଆରେ ନାମ ପଞ୍ଜୀକରଣ କରିବାକୁ ହେବ ବୋଲି ହକି ଇଣ୍ଡିଆ କହିଛି। ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଥିବା ଦଳଗୁଡ଼ିକ ସ୍ଥିର ହେବା ପରେ ପୁଲ୍‌ ଢାଞ୍ଚାରେ ଲିଗ୍‌-କମ୍‌ ନକ୍‌ଆଉଟ ଭିତ୍ତିରେ ଖେଳାଯିବ। ପୂର୍ବତନ ଭାରତୀୟ ମହିଳା ହକି ଦଳ ଅଧିନାୟିକା ଅସୁନ୍ତା ଲାକ୍ରା ଟୁର୍ନାମେଣ୍ଟରେ ଭାଗନେବା ଲାଗି ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri