ଶ୍ରେଷ୍ଠ ଆୟୋଜକ ଭାବେ ହକି ଇଣ୍ଡିଆ ପୁରସ୍କୃତ

ନୂଆଦିଲ୍ଳୀ,୨୩ା୩: ଏସିଆନ୍‌ ହକି ମହାସଂଘ(ଏଏଚ୍‌ଏଫ୍‌) ପକ୍ଷରୁ ହକି ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପାଇଁ ହକି ଇଣ୍ଡିଆକୁ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି। ଏପରିକି ଶ୍ରେଷ୍ଠ ଆୟୋଜକ ଭାବେ ହକି ଇଣ୍ଡିଆକୁ ସମ୍ମାନିତ କରାଯାଇଛି।

ଦକ୍ଷିଣ କୋରିଆର ମୁଙ୍ଗୟେୟୋଙ୍ଗରେ ଆୟୋଜିତ ଏଏଚ୍‌ଏଫ୍‌ କଂଗ୍ରେସରେ ହକି ଇଣ୍ଡିଆ ମହା ସଚିବ ଭୋଳାନାଥ ସିଂ ଏହି ପୁରସ୍କାର ଗ୍ରହଣ କରିଥିଲେ। ପୂର୍ବରୁ ୨୦୧୮ ବିଶ୍ୱକପ ମଧ୍ୟ ଭାରତରେ ଅନୁଷ୍ଠିତ ହୋଇଥିଲା। ୨୦୧୮ରେ କେବଳ କଳିଙ୍ଗ ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳା ଯାଇଥିଲା। ତେବେ ୨୦୨୩ରେ ନବନିର୍ମିତ ବିଶ୍ୱର ସର୍ବବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳା ଯାଇଥିଲା। ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅଲିମ୍ପିକ୍ସ ଭିଲେଜ୍‌ ଷ୍ଟାଇଲରେ ହକି ଭିଲେଜ୍‌ ରହିଥିବା ବେଳେ ଏହାକୁ ସମସ୍ତେ ପ୍ରଶଂସା କରିଥିଲେ। ଟୁର୍ନାମେଣ୍ଟର ମାସ୍କଟ ରହିଥିବା ଓଲି ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ନେଇ ସଚେତନତା ବାର୍ତ୍ତା ଦେଇଥିଲା। ଏହି ସମ୍ମାନ ପାଇଁ ହକି ଇଣ୍ଡିଆ ସଭାପତିକ ଦିଲୀପ ତୀର୍କି ଏଏଚଏଫ୍‌କୁ ଧନ୍ୟବାଦ ଜଣାଇଛନ୍ତି। ଖେଳାଳି, ଅଫିସିଆଲ ଓ ଦର୍ଶକଙ୍କୁ ଶ୍ରେଷ୍ଠ ସୁବିଧା ପ୍ରଦାନ ପାଇଁ ସର୍ବଦା ଚେଷ୍ଟା କରିଥିଲୁ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ କହିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଟୁର୍ନାମେଣ୍ଟକୁ ସଫଳ ହେବାରେ ସାହାଯ୍ୟ କରିଛି ବୋଲି ଦିଲୀପ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri