Posted inଖେଳ

ହକି ଓଡ଼ିଶା ଓ୍ବେବ୍‌ସାଇଟ ଉନ୍ମୋଚିତ: ୬ ଜିଲା ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ନୟାଗଡ଼, କେନ୍ଦୁଝର ଓ ରାୟଗଡ଼ା ନୂତନ ଭାବେ ଅନୁବନ୍ଧିତ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି)- ସମଗ୍ର ବିଶ୍ୱରେ ଏବେ ଓଡ଼ିଶା ହକିକୁ ନେଇ ଚର୍ଚ୍ଚା। ୨୦୧୮ରେ ହକି ବିଶ୍ୱକପ୍‌କୁ ସଫଳତାର ସହ ଆୟୋଜନ ପରେ ୨୦୨୩ ବିଶ୍ୱକପ୍‌ ଆୟୋଜନ ଅଧିକାର ମିଳିଛି। ବିଶ୍ୱଶ୍ରେଣୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତା ମଧ୍ୟ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ହୋଇ ଉଦାହରଣ ସୃଷ୍ଟି କରିଛି। ଦିଲୀପ ତିର୍କୀଙ୍କଠାରୁ ଆରମ୍ଭ କରି ଅନେକ ଖେଳାଳି ଭାରତୀୟ ଦଳର ଅଧିନାୟକ ମଧ୍ୟ ହୋଇଛନ୍ତି। ଭାରତୀୟ ହକିକୁ ରୁଦ୍ଧିମନ୍ତ କରିବାରେ ଓଡ଼ିଶାର ଅତୁଳନୀୟ ଅବଦାନ ରହିଛି। ମାତ୍ର ବିଡ଼ମ୍ବନାର ବିଷୟ ଏହି ଯେ ଏପରି ମହନୀୟ ଇତିହାସ ରଖୁଥିବା ଓଡ଼ିଶା (ହକି ଓଡ଼ିଶା) ଏବେ ହକି ଇଣ୍ଡିଆର ସହଯୋଗୀ ସଦସ୍ୟଭାବେ ପରିଗଣିତ ହେଉଛି। ହକି ଇଣ୍ଡିଆର ସ୍ଥାୟୀ ସଦସ୍ୟ ଥିବା ୨୨ ଆସୋସିଏଶନ ମଧ୍ୟରେ ହକି ଓଡ଼ିଶା ନାହିଁ। ହକି ଇଣ୍ଡିଆର ସ୍ଥାୟୀ ସଦସ୍ୟ ପାଇଁ ଉପଯୁକ୍ତ ମାନଦଣ୍ଡ ପୂରଣରେ ବିଳମ୍ବକୁ ଏହାର କାରଣ ଦର୍ଶାଯାଉଛି। ଏହାକୁ ନେଇ ଅନେକ ଚର୍ଚ୍ଚା ହୋଇ ସାରିଥିବାବେଳେ ଏବେ ହକି ଓଡ଼ିଶା ପାଗ ଭିଡ଼ିଛି।
ମଙ୍ଗଳବାର କଟକ ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ଗେଷ୍ଟ ହାଉସରେ ହକି ଓଡ଼ିଶାର ସ୍ବତନ୍ତ୍ର ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ଜଷ୍ଟିସ ଏ. ଏସ୍‌. ନାଇଡ଼ୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ପ୍ରତାପ ଶତପଥୀ ଅଡିଟି ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏହା ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିବାବେଳେ ୬ଟି ଜିଲା ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ନୟାଗଡ଼, କେନ୍ଦୁଝର ଓ ରାୟଗଡ଼ାକୁ ନୂତନଭାବେ ଅନୁବନ୍ଧିତ କରାଯାଇଥିବା ସମ୍ପର୍କରେ ସମ୍ପାଦକ ଅବଗତ କରାଇଥିଲେ। ଏହି ଅବସରରେ ହକି ଓଡ଼ିଶାର ଓ୍ବେବସାଇଟ୍‌ www.hockeyodisha.inକୁ ଜଷ୍ଟିସ୍‌ ନାଇଡ଼ୁ ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପସଭାପତି ଉମାକାନ୍ତ ନନ୍ଦ, ଶ୍ରୀମନ୍ତ ସାହୁ, ଆନନ୍ଦିନୀ ଦର୍ଜୀ, ତ୍ରିଷ୍ଣା ଗୋସ୍ବାମୀ, ଯୁଗ୍ମସମ୍ପାଦକ ପ୍ରଣବ କିଶୋର ପଟ୍ଟନାୟକ, ମମତା ସ୍ବାଇଁ, ସାଇପଦ୍ମଜିତା ମହାପାତ୍ର, ପବୀର କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri