ସୁସ୍ଥ ହେଲେ ହକି ଖେଳାଳି

ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର ହୋଇ ବୁଧବାର ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପରେ ଗୁରୁବାର ସମସ୍ତେ ସୁସ୍ଥ ହୋଇଛନ୍ତି। ତେବେ ଜଣଙ୍କ ଚକ୍ଷୁ ସମସ୍ୟା ଥିବାରୁ ତାଙ୍କୁ କଟକ ଯିବା ଲାଗି ଡାକ୍ତର ପରାମର୍ଶ ଦେଇଛନ୍ତି। କ୍ରୀଡ଼ାବିତ୍‌ଙ୍କୁ ସୁଷମ ଖାଦ୍ୟ କିମ୍ବା ପାନୀୟ ଦିଆଯାଉ ନ ଥିବାରୁ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବା କେତେଜଣ ଖେଳାଳି ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତି ୧୧ଟାରେ ମହିଳା ବର୍ଗ ପ୍ରତିଯୋଗିତାରେ ଭାଗ ନେବାକୁ ଆସିଥିବା ୭ ହକି ଖେଳାଳି ହଠାତ୍‌ ଅସୁସ୍ଥ ହୋଇ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନେ ପେଟରେ ଯନ୍ତ୍ରଣା ଅନୁଭବ କରୁଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୋଜକଙ୍କ ପକ୍ଷରୁ କୌଣସି ବରିଷ୍ଠ ଅଧିକାରୀଙ୍କ ଦେଖା ମିଳି ନ ଥିଲା। ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ହସ୍ତକ୍ଷେପ ପରେ କ୍ରୀଡ଼ାବିତ୍‌ଙ୍କ ଚିକିତ୍ସା ଆରମ୍ଭ ହୋଇଥିଲା।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାକେନ୍ଦ୍ରର ଅତିରିକ୍ତ ଚିକିତ୍ସାଧିକାରୀ ଡା. ଜୟକୃଷ୍ଣ ନାୟକ କୁହନ୍ତି, ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର ହୋଇଥିଲେ। ଚିକିତ୍ସା ପରେ ଗୁରୁବାର ୬ ଜଣଙ୍କୁ ଛଡ଼ାଯାଇଛି। ଜଣଙ୍କର ଆଖି ଖରାପ ଥିବାରୁ ପରୀକ୍ଷା ଏବଂ ଅଧିକ ଚିକିତ୍ସା ପାଇ କଟକ ଯିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ଅବ୍ୟବ୍ୟସ୍ଥା ଅଭିଯୋଗକୁ ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଗୋଟିଏ ସ୍ଥାନରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସବୁ ଖେଳାଳି ଖାଉଛନ୍ତି। କେବଳ ୭ଜଣଙ୍କୁ ଛାଡ଼ି ଅନ୍ୟ କେହି ଅସୁସ୍ଥ ହୋଇନାହାନ୍ତି। ଠିକ୍‌ରେ ପାଣି ନ ପିଇବା ଏବଂ ଗ୍ରୀଷ୍ମପ୍ରବାହ କାରଣରୁ ଏଭଳି ସମସ୍ୟା ଉପୁଜିଥାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri