Posted inଖେଳ

କଳିଙ୍ଗରେ ହକି କମ୍ପନ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି): ଟାଇଟଲ ଫେଭରାଇଟ ଅଷ୍ଟ୍ରେଲିଆ ଦମ୍‌ଦାର ବିଜୟ ସହ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ଟମ୍‌ କ୍ରେଗ୍‌ ଓ ଜେରେମି ହଓ୍ବୋର୍ଡଙ୍କ ହ୍ୟାଟ୍ରିକ ଗୋଲ ବଳରେ ଫ୍ରାନ୍ସକୁ ୮-୦ ଗୋଲରେ ପରାସ୍ତ କରିଛି। ମ୍ୟାଚଟି ସମ୍ପୂର୍ଣ୍ଣ ଏକତରଫା ରହିଥିଲା। ଅଷ୍ଟ୍ରେଲିଆର ସ୍ପିଡ୍‌, ଷ୍ଟାମିନା, ଗୋଲସ୍କୋରିଂ କ୍ଷମତା ଆଦି ସବୁ ବିଭାଗରେ ପଛରେ ପଡ଼ି ଯାଇଥିଲା ଫ୍ରାନ୍ସ। ମ୍ୟାଚ ଶେଷରେ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଅତିଥିଭାବେ ଯୋଗଦେଇ ଟମ୍‌ କ୍ରେଗ୍‌ଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।
ମ୍ୟାଚ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ଆଧିପତ୍ୟ ରହିଥିଲା। ୯ମ ମିନିଟରେ ଟମ୍‌ ଏକ ଫିଲ୍ଡ ଗୋଲ ମାଧ୍ୟମରେ ଆରମ୍ଭ କରିଥିବା ଅଭିଯାନ କ୍ରମେ ଲମ୍ବିବାରେ ଲାଗିଥିଲା। ପ୍ରଥମାର୍ଦ୍ଧରେ ୧-୦ ଗୋଲରେ ଆଗୁଆ ରହିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟା କ୍ୱାର୍ଟରରେ ଆଉ ୩ଟି ଗୋଲ ଦେଇ ଅଭିମୁଖ୍ୟ ସ୍ପଷ୍ଟ କରି ଦେଇଥିଲା। ୨୭ତମ ମିନିଟରେ ୨ଟି ଗୋଲ ହୋଇଥିଲା। ଓଗିଲ ଭି ଫ୍ଲାୟନ ଫିଲ୍ଡଗୋଲ ଦେଇଥିବାବେଳେ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିଥିଲେ ଜେରେମି। ୨୯ତମ ମିନିଟରେ ଜେରେମି ବ୍ୟକ୍ତିଗତ ଦ୍ୱିତୀୟ ଏବଂ ଦଳ ପକ୍ଷରୁ ୪ର୍ଥ ଗୋଲଟି ସ୍କୋର କରିଥିଲେ। ତୃତୀୟ କ୍ୱାର୍ଟରରେ ମଧ୍ୟ ୩ ଗୋଲ ବରଣ କରିଥିଲା ଫ୍ରାନ୍ସ। ଅଷ୍ଟ୍ରେଲିଆର ଟମ୍‌ ୩୨ ଓ ୪୫ତମ ମିନିଟରେ ୨ଟି ଏବଂ ଜେରେମି ୩୯ତମ ମିନିଟରେ ଗୋଟିଏ ଗୋଲ ଦେଇ ହ୍ୟାଟ୍ରିକ ପୂରଣ କରିଥିଲେ। ଶେଷ କ୍ୱାର୍ଟରରେ ଅର୍ଥାତ୍‌ ମ୍ୟାଚର ୫୪ତମ ମିନିଟରେ ଅଷ୍ଟ୍ରେଲିଆର ଟମ୍‌ ଓ୍ବିକ୍‌ହାମ ଦଳ ପକ୍ଷରୁ ୮ମ ଗୋଲଟି ଦେଇଥିଲେ। ଶେଷ ମିନିଟରେ ୨ଟି ସମେତ ଫ୍ରାନ୍ସ ଅଧଡଜନେ ପେନାଲ୍ଟି କର୍ନର ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ କରିବାରେ ସକ୍ଷମ ହୋଇ ନ ଥିଲା। ଅଷ୍ଟ୍ରେଲିଆ ଏହାର ପରବର୍ତ୍ତୀ ମ୍ୟାଚ ୧୬ ତାରିଖରେ ଆର୍ଜେଣ୍ଟିନା ସହ ଖେଳିବ। ସେହି ଦିନ ଫ୍ରାନ୍ସ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri