Posted inଖେଳ

ବଲ୍‌ବୀରଙ୍କ ନାମରେ ହକି ଷ୍ଟାଡିୟମ

ଚଣ୍ଡିଗଡ଼, ୨୬ା୫ (ପି.ଟି.)-ମୋହାଲିସ୍ଥିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ବିଧିବଦ୍ଧ ଭାବେ କିମ୍ବଦନ୍ତୀ ବଲ୍‌ବୀର ସିଂ ସିନିୟରଙ୍କ ନାମରେ ନାମିତ କରାଯାଇଛି। ମଙ୍ଗଳବାର ବଲ୍‌ବୀରଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ଅବସରରେ ଏହି ନାମକରଣ କରାଯାଇଛି। ୩ଥର ଅଲିମ୍ପିକ ସ୍ବର୍ଣ୍ଣ ବିଜେତାଙ୍କର ୯୬ ବର୍ଷ ବୟସରେ ଗତବର୍ଷ ମେ’ ୨୫ରେ ଦେହାନ୍ତ ହୋଇଥିଲା। ଆଧୁନିକ ଅଲିମ୍ପିକ ଇତିହାସରେ ୨୦୧୨ ଲଣ୍ଡନ ଗେମ୍ସ ବେଳେ ୧୬ଜଣ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିକୁ ମନୋନୀତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଏହି ଆଇକନିକ ସେଣ୍ଟର ଫରଓ୍ବାର୍ଡ ଅନ୍ୟତମ ଥିଲେ। କିମ୍ବଦନ୍ତୀ କ୍ରୀଡ଼ାବିତ୍‌ଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ଅବସରରେ ହକି ଷ୍ଟାଡିୟମରେ ଏକ ଆନୁଷ୍ଠାନିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ପଞ୍ଜାବ କ୍ରୀଡ଼ା ମନ୍ତ୍ରୀ ରାଣା ଗୁର୍‌ମିତ ସିଂ ସୋଧି ଏଥିରେ ଉପସ୍ଥିତ ଥିଲେ। ମୋହାଲି ଅନ୍ତର୍ଜାତୀୟ ଷ୍ଟାଡିୟମକୁ ପଦ୍ମଶ୍ରୀ ବଲ୍‌ବୀର ସିଂ ସିନିୟରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଗଲା ବୋଲି ସେ କହିଥିଲେ। ଷ୍ଟାଡିୟମ ଏଣିକି ‘ଅଲିମ୍ପିଆନ ବଲ୍‌ବୀର ସିଂ ସିନିୟର ଅନ୍ତର୍ଜାତୀୟ ହକି ଷ୍ଟାଡିୟମ’ ରୂପେ ପରିଚିତ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri