Posted inଖେଳ

ବଲ୍‌ବୀରଙ୍କ ନାମରେ ହକି ଷ୍ଟାଡିୟମ

ଚଣ୍ଡିଗଡ଼, ୨୬ା୫ (ପି.ଟି.)-ମୋହାଲିସ୍ଥିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ବିଧିବଦ୍ଧ ଭାବେ କିମ୍ବଦନ୍ତୀ ବଲ୍‌ବୀର ସିଂ ସିନିୟରଙ୍କ ନାମରେ ନାମିତ କରାଯାଇଛି। ମଙ୍ଗଳବାର ବଲ୍‌ବୀରଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ଅବସରରେ ଏହି ନାମକରଣ କରାଯାଇଛି। ୩ଥର ଅଲିମ୍ପିକ ସ୍ବର୍ଣ୍ଣ ବିଜେତାଙ୍କର ୯୬ ବର୍ଷ ବୟସରେ ଗତବର୍ଷ ମେ’ ୨୫ରେ ଦେହାନ୍ତ ହୋଇଥିଲା। ଆଧୁନିକ ଅଲିମ୍ପିକ ଇତିହାସରେ ୨୦୧୨ ଲଣ୍ଡନ ଗେମ୍ସ ବେଳେ ୧୬ଜଣ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିକୁ ମନୋନୀତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଏହି ଆଇକନିକ ସେଣ୍ଟର ଫରଓ୍ବାର୍ଡ ଅନ୍ୟତମ ଥିଲେ। କିମ୍ବଦନ୍ତୀ କ୍ରୀଡ଼ାବିତ୍‌ଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ଅବସରରେ ହକି ଷ୍ଟାଡିୟମରେ ଏକ ଆନୁଷ୍ଠାନିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ପଞ୍ଜାବ କ୍ରୀଡ଼ା ମନ୍ତ୍ରୀ ରାଣା ଗୁର୍‌ମିତ ସିଂ ସୋଧି ଏଥିରେ ଉପସ୍ଥିତ ଥିଲେ। ମୋହାଲି ଅନ୍ତର୍ଜାତୀୟ ଷ୍ଟାଡିୟମକୁ ପଦ୍ମଶ୍ରୀ ବଲ୍‌ବୀର ସିଂ ସିନିୟରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଗଲା ବୋଲି ସେ କହିଥିଲେ। ଷ୍ଟାଡିୟମ ଏଣିକି ‘ଅଲିମ୍ପିଆନ ବଲ୍‌ବୀର ସିଂ ସିନିୟର ଅନ୍ତର୍ଜାତୀୟ ହକି ଷ୍ଟାଡିୟମ’ ରୂପେ ପରିଚିତ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri