କେରଳ ସରକାରଙ୍କ ଉପରେ ଅବହେଳା ଅଭିଯୋଗ ଆଣିଲେ ହକି ତାରକା

ଥିରୁଭାନନ୍ତପୁରମ୍‌,୧୩।୧୦: ଭାରତୀୟ ହକି ତାରକା ପି ଆର୍‌ ଶ୍ରୀଜେଶ କେରଳ ସରକାରଙ୍କ ଉପରେ ଖେଳାଳି ଏବଂ ଆଥଲେଟମାନଙ୍କୁ ଅବହେଳା କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଚାଇନାରୁ ଫେରିବା ପରଠାରୁ କେହି ତାଙ୍କୁ ଭେଟିବାକୁ ଆସିନାହାଁନ୍ତି।
ହକି ଖେଳାଳିଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଖାରଜ କରିଛନ୍ତି ଏବଂ କହିଛନ୍ତି ବାମପନ୍ଥୀ ସରକାର ରାଜ୍ୟର ଖେଳାଳି ଏବଂ ଆଥଲେଟମାନଙ୍କୁ ସମସ୍ତ ପ୍ରକାର ସମର୍ଥନ ଏବଂ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି।

ଗୁରୁବାର ଖବରଦାତାଙ୍କ ସହ କଥାବାର୍ତ୍ତା କରି ଶ୍ରୀଜେଶ କହିଛନ୍ତି, ଖେଳାଳିମାନଙ୍କୁ ଏବେ ଯେଉଁ ବ୍ୟବହାର ମିଳୁଛି, ତାହାକୁ ପରବର୍ତ୍ତୀ ପିଢି ଦେଖୁଛନ୍ତି। ସେ ଯୁକ୍ତି ଦର୍ଶାଇଛନ୍ତି ଯେ, ଏପରି ଆଚରଣ ସେମାନଙ୍କୁ ନିରାଶ କରିପାରେ ଏବଂ କ୍ରୀଡ଼ା ପରିବର୍ତ୍ତେ ଚାକିରି ପାଇବା ପାଇଁ ଅଧ୍ୟୟନକୁ ବିକଳ୍ପ ବାଛିପାରନ୍ତି।

ପଶ୍ଚିମବଙ୍ଗର ରାଜ୍ୟପାଳ ସି.ଭି ଆନନ୍ଦ ବୋଷ ଗୁରୁବାର କୋଚିସ୍ଥିତ ଶ୍ରୀଜେଶଙ୍କ ବାସଭବନରେ ତାଙ୍କୁ ଭେଟି ଏସିଆନ ଗେମ୍ସରେ ପ୍ରଦର୍ଶନ ପାଇଁ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇବା ପରେ ଶ୍ରୀଜେଶ ରାଜ୍ୟର ରାଜନୈତିକ ଶ୍ରେଣୀର ସମାଲୋଚନା କରିଛନ୍ତି। ଶ୍ରୀଜେଶ ଜାତୀୟ ହକି ଦଳର ଏକ ଅଂଶ ଯିଏକି ଚାଇନାରେ ଅନୁଷ୍ଠିତ ଏସିଆନ ଗେମ୍ସ ୨୦୨୩ରେ ସ୍ବର୍ଣ୍ଣ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?