Posted inଖେଳ

କଳିଙ୍ଗରେ ହକି ଷ୍ଟ୍ରାଇକର୍ସ କ୍ୟାମ୍ପ ଆରମ୍ଭ

ଭୁବନେଶ୍ୱର, ୧୫।୮ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ, ଓଡ଼ିଶା ହକି ଓ ନାଭାଲ ଟାଟା ଏଚ୍‌ପିସିର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ସୋମବାର ମହିଳା ହକି ଷ୍ଟ୍ରାଇକର୍ସ କ୍ୟାମ୍ପ ଆରମ୍ଭ ହୋଇଛି। ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ରାଣୀ ରାମପାଲ ମେଣ୍ଟର ଓ କୋଚ୍‌ଭାବେ ଏହି କ୍ୟାମ୍ପ ଦାୟିତ୍ୱରେ ରହିଛନ୍ତି। ଏଥିରେ ଫରଓ୍ବାର୍ଡ ଖେଳାଳିମାନଙ୍କୁ ବିଶେଷ ତାଲିମ ଦେବା ଆରମ୍ଭ କରିଛନ୍ତି ପଦ୍ମଶ୍ରୀ ରାଣୀ ରାମପାଲ। ଏହି କ୍ୟାମ୍ପ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଷ୍ଟ୍ରାଇକର୍ସ କ୍ୟାମ୍ପରେ ୨୫ ଖେଳାଳି ଭାଗ ନେଇଛନ୍ତି। ଓଡ଼ିଶା ନାଭାଲ ଟାଟା ହକି ହାଇପରଫର୍ମାନ୍ସ ସେଣ୍ଟର, ପାନପୋଷ, ସ୍ପୋଟର୍‌ସ ହଷ୍ଟେଲ, ସାଇ ଏସ୍‌ଟିସି ସୁନ୍ଦରଗଡ଼ ଏବଂ ସାଇ ଏନ୍‌ସିଓଇ ଭୋପାଳ ପିଲାମାନେ ଏହି କ୍ୟାମ୍ପରୁ ବିଶେଷ ଉପକୃତ ହେବେ। ”ଏପରି କ୍ୟାମ୍ପ ଆୟୋଜନ ଉତ୍ତମ ପଦକ୍ଷେପ। କ୍ୟାମ୍ପ ମାଧ୍ୟମରେ ଓଡ଼ିଶାର ଖେଳାଳିଙ୍କୁ ମୁଁ ମୋର ଅଭିଜ୍ଞତା, ଦକ୍ଷତା ଓ ଜ୍ଞାନ ବାଣ୍ଟିପାରିବି। ଟ୍ରେନିଂ ସେସନରେ ବିଶେଷତଃ ବୈଷୟିକ, ଶାରୀରିକ ଏବଂ ମନସ୍ତାତ୍ତ୍ୱିକ ଦିଗ ଉପରେ ବିଶେଷ ଫୋକସ କରାଯିବ“ ବୋଲି ରାଣୀ ପ୍ରକାଶ କରିଛନ୍ତି। ଗତ କିଛିବର୍ଷ ଧରି ଅନେକ ଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ ନିଆଯିବାଦ୍ୱାରା ଓଡ଼ିଶା ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ସ୍ଥାନ ପାଇଯାଇଛି। ଏଠାକାର ସୁବିଧା ସୁଯୋଗ ଅତ୍ୟାଧୁନିକ ଏବଂ ବିଶ୍ୱସ୍ତରର ବୋଲି ରାଣୀ କହିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ରାଣୀଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା ହକି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ୪ର୍ଥ ସ୍ଥାନ ଅଧିକାର କରିଥିଲା। ୨୦୦୮ରେ ମାତ୍ର ୧୪ ବର୍ଷରେ ରାଣୀ ଭାରତୀୟ ଦଳରେ ପଦାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri