Posted inଖେଳ

କଳିଙ୍ଗରେ ହକି ସମରକ୍ୟାମ୍ପ

ଭୁବନେଶ୍ୱର, ୨୫ା୩ (କ୍ରୀଡ଼ା ପ୍ରତିନିଧି): ହକି ପ୍ରତି ଆଗ୍ରହ ରଖୁଥିବା କିମ୍ବା ଏହି ଖେଳକୁ କ୍ୟାରିୟର କରିବାକୁ ଚାହୁଁଥିବା ପିଲାମାନଙ୍କ ପାଇଁ ଏକ ଭଲ ଖବର। ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡ଼ିଶା ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟରର ମିଳିତ ଉଦ୍ୟମରେ କଳିଙ୍ଗ ଷ୍ଟାଡିୟମ ହକି କମ୍ପ୍ଲେକ୍ସରେ ପିଲାମାନଙ୍କ ପାଇଁ ସମର କ୍ୟାମ୍ପ ଆୟୋଜନ ହେବାକୁ ଯାଉଛି। କ୍ୟାମ୍ପ ଏପ୍ରିଲ ୩ରୁ ୨୨ ପର୍ଯ୍ୟନ୍ତ ଚାଲିବ ଏବଂ ଏଥିରେ ଅଭିଜ୍ଞ କୋଚ୍‌ମାନେ ଟ୍ରେନିଂ ଦେବେ। ୬ରୁ ୧୬ ବର୍ଷର ବାଳିକା ଓ ବାଳକମାନେ ଏହି କ୍ୟାମ୍ପରେ ପ୍ରଶିକ୍ଷଣ ନେଇପାରିବେ। ସକାଳ ୬ଟା ୩୦ରୁ ୮ଟା ଏବଂ ଅପରାହ୍ନ ୪ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କ୍ୟାମ୍ପ ଚାଲିବ। ଏଥିପାଇଁ ଏଣ୍ଟ୍ରି ଫି’ ୫୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। କ୍ୟାମ୍ପରେ ହକି ସମ୍ପର୍କିତ ଜ୍ଞାନ ଦିଆଯିବା ସହିତ ପିଲାମାନଙ୍କ ଶାରୀରିକ ଦକ୍ଷତା ପ୍ରତି ମଧ୍ୟ ଧ୍ୟାନ ଦିଆଯିବ। ଏହି କ୍ରମରେ ସେମାନଙ୍କୁ ସୁଇମିଂ ଶିଖାଯିବା ସହ ମେଣ୍ଟାଲ ଟ୍ରେନିଂ, ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ ଏବଂ ଖାଦ୍ୟ ଓ ପାନୀୟ ସମ୍ପର୍କରେ ମଧ୍ୟ ଶିକ୍ଷା ଦିଆଯିବ। ସୁଇମିଂ ଦ୍ୱାରା ପିଲାମାନଙ୍କ ସହନଶକ୍ତି ବଢ଼ିବା ସହ ଓଭରଅଲ୍‌ ଫିଟ୍‌ନେସ ସ୍ତରରେ ଉନ୍ନତି ଆସିବ। ମେଣ୍ଟାଲ ଟ୍ରେନିଂ ଦ୍ୱାରା ଉଚ୍ଚସ୍ତରରେ କିପରି ସଫଳତା ହାସଲ କରିହେବ ତା’ ଉପରେ ଫୋକସ କରାଯିବ। ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ ସେସନ ପିଲାମାନଙ୍କର ଶାରୀରିକ ଦକ୍ଷତା ଏବଂ ସ୍ପିଡ୍‌ ବଢ଼ାଇବାରେ ସହାୟକ ହେବ। ନ୍ୟୁଟ୍ରିଶନ ସେସନରେ ଉନ୍ନତ ପ୍ରଦର୍ଶନ ପାଇଁ କେଉଁ ଖାଦ୍ୟ ଓ ପାନୀୟ ଆବଶ୍ୟକ ତାହା ଶିକ୍ଷା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?