ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍‌ରେ ବିକି ମାଲାମାଲ୍‌ ହେଉଛନ୍ତି। ହକି ଟିକେଟ କଳାବଜାର କରୁଥିବା ଏକ ର଼୍ୟାକେଟକୁ ବୁଧବାର ଶହୀଦନଗର ଥାନା ପୋଲିସ ଧରିବା ସହ ୫ଜଣଙ୍କୁ ଗିରଫ କରିଥିଲା। ଗୁରୁବାର ନୟାପଲ୍ଲୀ ଥାନା ପୋଲିସ ଆଉ ଏକ ଗ୍ୟାଙ୍ଗକୁ ଧରିବା ସହ ସମ୍ପୃକ୍ତ ୪ଜଣ ଦଲାଲଙ୍କୁ ଗିରଫ କରିଛି। ସେମାନେ ହେଲେ କେନ୍ଦୁଝର ଜିଲା ନାରଣପୁର ଗ୍ରାମର ଦୀପକ କୁମାର ବେହେରା, କଟକ ଜିଲା ସାଲେପୁର ଥାନା ଅଞ୍ଚଳର ସୟଦ ଅମିରୁଲ୍‌ କାଲାମ ଓ ସୟଦ ଏହେତଶାମ ଉଦ୍ଦିନ ଏବଂ ଅନ୍ୟ ଜଣେ ହେଉଛନ୍ତି ପଶ୍ଚିମବଙ୍ଗର ମହଶେନ ଲାସ୍କର। ସେମାନଙ୍କଠାରୁ ୮ ହକି ଟିକେଟ, ୪ ମୋବାଇଲ ଫୋନ୍‌ ଓ ନଗଦ ୫ ହଜାର ଟଙ୍କା ଜବତ କରାଯାଇଛି। ଏମାନେ ୨୦୦ ଟଙ୍କାର ଟିକେଟକୁ ୧୨୦୦ ଟଙ୍କାରେ ବ୍ଲାକ୍‌ କରୁଥିଲେ। ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ୍‌ ଖେଳାଯାଇଥିଲା। ହେଲେ ମ୍ୟାଚ ପୂର୍ବରୁ ଅଭିଯୁକ୍ତମାନେ କୌଣସିମତେ ଟିକେଟ ହାତେଇ ଏହାକୁ ପ୍ରକୃତ ମୂଲ୍ୟଠାରୁ ଅଧିକ ଦରରେ ବିକ୍ରି କରୁଥିଲେ। ନୟାପଲ୍ଲୀ ଥାନା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଷ୍ଟାଡିୟମର ୨ ନମ୍ବର ଗେଟ ନିକଟରେ ଚଢାଉ କରି ୪ଜଣଙ୍କୁ କାବୁ କରି ଥାନାକୁ ଆଣିଥିଲା। ପଚରାଉଚରା ପରେ ସେମାନେ ଲାଭ ଆଶାରେ ଟିକେଟକୁ ଅଧିକ ଦରରେ ବିକ୍ରି କରୁଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri