ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍‌ରେ ବିକି ମାଲାମାଲ୍‌ ହେଉଛନ୍ତି। ହକି ଟିକେଟ କଳାବଜାର କରୁଥିବା ଏକ ର଼୍ୟାକେଟକୁ ବୁଧବାର ଶହୀଦନଗର ଥାନା ପୋଲିସ ଧରିବା ସହ ୫ଜଣଙ୍କୁ ଗିରଫ କରିଥିଲା। ଗୁରୁବାର ନୟାପଲ୍ଲୀ ଥାନା ପୋଲିସ ଆଉ ଏକ ଗ୍ୟାଙ୍ଗକୁ ଧରିବା ସହ ସମ୍ପୃକ୍ତ ୪ଜଣ ଦଲାଲଙ୍କୁ ଗିରଫ କରିଛି। ସେମାନେ ହେଲେ କେନ୍ଦୁଝର ଜିଲା ନାରଣପୁର ଗ୍ରାମର ଦୀପକ କୁମାର ବେହେରା, କଟକ ଜିଲା ସାଲେପୁର ଥାନା ଅଞ୍ଚଳର ସୟଦ ଅମିରୁଲ୍‌ କାଲାମ ଓ ସୟଦ ଏହେତଶାମ ଉଦ୍ଦିନ ଏବଂ ଅନ୍ୟ ଜଣେ ହେଉଛନ୍ତି ପଶ୍ଚିମବଙ୍ଗର ମହଶେନ ଲାସ୍କର। ସେମାନଙ୍କଠାରୁ ୮ ହକି ଟିକେଟ, ୪ ମୋବାଇଲ ଫୋନ୍‌ ଓ ନଗଦ ୫ ହଜାର ଟଙ୍କା ଜବତ କରାଯାଇଛି। ଏମାନେ ୨୦୦ ଟଙ୍କାର ଟିକେଟକୁ ୧୨୦୦ ଟଙ୍କାରେ ବ୍ଲାକ୍‌ କରୁଥିଲେ। ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ୍‌ ଖେଳାଯାଇଥିଲା। ହେଲେ ମ୍ୟାଚ ପୂର୍ବରୁ ଅଭିଯୁକ୍ତମାନେ କୌଣସିମତେ ଟିକେଟ ହାତେଇ ଏହାକୁ ପ୍ରକୃତ ମୂଲ୍ୟଠାରୁ ଅଧିକ ଦରରେ ବିକ୍ରି କରୁଥିଲେ। ନୟାପଲ୍ଲୀ ଥାନା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଷ୍ଟାଡିୟମର ୨ ନମ୍ବର ଗେଟ ନିକଟରେ ଚଢାଉ କରି ୪ଜଣଙ୍କୁ କାବୁ କରି ଥାନାକୁ ଆଣିଥିଲା। ପଚରାଉଚରା ପରେ ସେମାନେ ଲାଭ ଆଶାରେ ଟିକେଟକୁ ଅଧିକ ଦରରେ ବିକ୍ରି କରୁଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?