ହକି ଟିକେଟ କଳାବଜାର, ଆଉ ୪ ଗିରଫ

ଭୁବନେଶ୍ୱର,୨୪।୧(ବ୍ୟୁରୋ):ହକି ଟିକେଟ କଳାବଜାର କରୁଥିବା ଆଉଏକ ର଼୍ୟାକେଟ ଧରାପଡିଛି। ଗ୍ରାହକ ବେଶରେ ଟିକେଟ କିଣିବାକୁ ଯାଇ ନୟାପଲ୍ଲୀ ଥାନା ପୋଲିସ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କଟକର ସୁବାସ ପ୍ରଧାନ, ପଶ୍ଚିମବଙ୍ଗର ପ୍ରସନ୍ନଜିତ ସିତ୍‌, ମଧ୍ୟପ୍ରଦେଶର ଭାନୁ ପ୍ରତାପ ସିଂ ଏବଂ ମଙ୍ଗଳ ସିଂ। ସେମାନଙ୍କଠାରୁ ଇଣ୍ଡିଆ ବନାମ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ର ୮ ଟିକେଟ, ୧୧ ହଜାର ୪୦୦ ଟଙ୍କା ଓ ୪ଟି ମୋବାଇଲ ଫୋନ୍‌ ଜବତ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହା ପୂର୍ବରୁ ନୟାପଲ୍ଲୀ ୪ ଓ ଶହୀଦନଗର ଥାନା ପୋଲିସ ୫ଜଣଙ୍କୁ ଗିରଫ କରିଥିଲା। ଏବେ ମୋଟ ଗିରଫ ସଂଖ୍ୟା ୧୩ରେ ପହଞ୍ଚତ୍ଥିବାବେଳେ ସମସ୍ତଙ୍କୁ ଜେଲ୍‌ ପଠାଇ ଦିଆଯାଇଛି।
ରବିବାର ସାରେ ସଂପୃକ୍ତ ୪ ଅଭିଯୁକ୍ତ କଳିଙ୍ଗ ଷ୍ଟାଡିୟମର ଗେଟ ନମ୍ବର-୩ ନିକଟରେ ଭାରତ ଓ ନ୍ୟୁଜିଲାଣ୍ଡ ହକି ମ୍ୟାଚର ଟିକେଟ ଚଢା ଦାମ୍‌ରେ ବିକ୍ରି କରୁଥିବା ନେଇ ନୟାପଲ୍ଲୀ ଥାନା ପୋଲିସ ଖବର ପାଇଥିଲା। ତେଣୁ ସେମାନଙ୍କୁ ଧରିବା ଲାଗି ଏକ ସ୍ବତନ୍ତ୍ର ଟିମ୍‌ ସେଠାରେ ସାଦା ପୋଷାକରେ ପହଞ୍ଚତ୍ ଘଟଣାର ଅନୁସନ୍ଧାନ କରିଥିଲା। ଟିକେଟ କଳାବଜାର କରୁଥିବା ୪ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପରେ ପୋଲିସ ଦର୍ଶକ ସାଜି ଟିକେଟ କିଣିବା ବାହାନା କରି ସେମାନଙ୍କ ପାଖକୁ ଯାଇ ଦାମ୍‌ ପଚାରିଥିଲେ। ଅଭିଯୁକ୍ତମାନେ ୨୦୦ଟଙ୍କିଆ ଟିକେଟକୁ ୧୨୦୦ ଟଙ୍କା ଓ ୪୦୦ ଟଙ୍କିଆ ଟିକେଟକୁ ୨ ହଜାର ଟଙ୍କା ଦାବି କରିଥିଲେ। ୮ଟି ଟିକେଟ ଲାଗି ଅଗ୍ରୀମ ୮ ହଜାର ଦେବା ସହିତ ବାକି ଟଙ୍କା ଟିକେଟ ନେବାବେଳେ ଦେବେ ବୋଲି କହିଥିଲେ। କିଛି ସମୟ ପରେ ଅଭିଯୁକ୍ତମାନେ ଟିକେଟ ହସ୍ତାନ୍ତର ସମୟରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ପୋଲିସ ଟିମ୍‌ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri