କ୍ରୀଡ଼ା ଦିବସରେ ମନେ ପଡ଼ନ୍ତି ହକି ଯାଦୁଗର ମେଜର ଧ୍ୟାନଚାନ୍ଦ

ପାଟଣା,୨୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣାରେ ଶୁକ୍ରବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମ ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ତଥା କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା।

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼, ସମ୍ମାନିତ ଅତିଥି ଭାବେ ଡେମୋନଷ୍ଟ୍ରେଟର ରଜତ କୁମାର ଦାଶ, ବଜେନ୍ଦ୍ର କୁମାର ପତି ପ୍ରମୁଖ ଯୋଗ ଦେଇ ଆଜିର ଏହି କ୍ରୀଡ଼ା ଦିବସରେ ହକି ଯାଦୁକରଙ୍କୁ ସ୍ମରଣ କରିଛନ୍ତି। ଅତିଥିମାନେ କହିଛନ୍ତି ଯେ, ଧ୍ୟାନଚାନ୍ଦଙ୍କର କ୍ରୀଡ଼ା ପ୍ରତି ଥିବା ନିଷ୍ଠା ଏବଂ ଆଦର୍ଶକୁ ମନେ ପକାଇ ସମସ୍ତଙ୍କ ଅନ୍ତର୍ନିହିତ କ୍ରୀଡ଼ା ପ୍ରତିଭାକୁ ଜାଗ୍ରତ କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ।

ଉକ୍ତ କାର୍ଯ୍ୟକ୍ରମକୁ ଭୂତର ମହାନ୍ତ, ଗୋବିନ୍ଦ ଚନ୍ଦ୍ର ପାତ୍ର ପ୍ରମୁଖ ପରିଚାଳନା କରିଥିଲେ। ଏହି ଅବସରରେ ଏନ୍‌ସିସି ଛାତ୍ରୀଛାତ୍ର କ୍ରୀଡ଼ା ସଚେତନତା ନେଇ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri