କ୍ରୀଡ଼ା ଦିବସରେ ମନେ ପଡ଼ନ୍ତି ହକି ଯାଦୁଗର ମେଜର ଧ୍ୟାନଚାନ୍ଦ

ପାଟଣା,୨୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣାରେ ଶୁକ୍ରବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମ ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ତଥା କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା।

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼, ସମ୍ମାନିତ ଅତିଥି ଭାବେ ଡେମୋନଷ୍ଟ୍ରେଟର ରଜତ କୁମାର ଦାଶ, ବଜେନ୍ଦ୍ର କୁମାର ପତି ପ୍ରମୁଖ ଯୋଗ ଦେଇ ଆଜିର ଏହି କ୍ରୀଡ଼ା ଦିବସରେ ହକି ଯାଦୁକରଙ୍କୁ ସ୍ମରଣ କରିଛନ୍ତି। ଅତିଥିମାନେ କହିଛନ୍ତି ଯେ, ଧ୍ୟାନଚାନ୍ଦଙ୍କର କ୍ରୀଡ଼ା ପ୍ରତି ଥିବା ନିଷ୍ଠା ଏବଂ ଆଦର୍ଶକୁ ମନେ ପକାଇ ସମସ୍ତଙ୍କ ଅନ୍ତର୍ନିହିତ କ୍ରୀଡ଼ା ପ୍ରତିଭାକୁ ଜାଗ୍ରତ କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ।

ଉକ୍ତ କାର୍ଯ୍ୟକ୍ରମକୁ ଭୂତର ମହାନ୍ତ, ଗୋବିନ୍ଦ ଚନ୍ଦ୍ର ପାତ୍ର ପ୍ରମୁଖ ପରିଚାଳନା କରିଥିଲେ। ଏହି ଅବସରରେ ଏନ୍‌ସିସି ଛାତ୍ରୀଛାତ୍ର କ୍ରୀଡ଼ା ସଚେତନତା ନେଇ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri