ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ

କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା ବିଶ୍ୱ। ଉଦ୍‌ଘାଟନୀ ସଂଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ୍‌ ଷ୍ଟାର ଆଇକନ୍‌ ଅଭିନେତା ରଣବୀର ସିଂ ଓ ଅଭିନେତ୍ରୀ ଦିଶା ପଟାନୀ। ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରୀତମଙ୍କ ମ୍ୟୁଜିକ୍‌ରେ ଝୁମିବେ ଦର୍ଶକ। ଏଥିସହ ପ୍ରଥମ ଥର ପାଇଁ କଟକରେ ଦେଖିବାକୁ ମିଳିବ ଅତ୍ୟାଧୁନିକ ଡ୍ରୋନ୍‌ ଶୋ। ଦୁଲୁକିବ କଟକର ବାରବାଟୀ ଷ୍ଟାଡିୟମ। ମତୁଆଲା କରିବ ରଣବୀର, ଦିଶାଙ୍କ ନାଚ। ପ୍ରୀତମଙ୍କ ସଙ୍ଗୀତରେ ଝୁମିବେ ଦର୍ଶକ। ଐତିହାସିକ ବାରବାଟୀ ଷ୍ଟାଡିୟମ ଇତିହାସରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଅଧ୍ୟାୟ।
ଉଦ୍‌ଘାଟନୀ ସମାରୋହର ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ଦିନ ତମାମ ବିଭିନ୍ନ ଡ୍ୟାନ୍ସ ଗ୍ରୁପ ଓ କଳାକାର ମାନେ ଶେଷ ଥର ପାଇଁ ମଞ୍ଚରେ ଅଭ୍ୟାସ ଶେଷ କରିଛନ୍ତି। ବୁଧବାର ଅପରାହ୍ନ ୩ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବଲିଉଡ ତାରକା ମାନେ ଅଭ୍ୟାସ ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ। ଦିଶା ପଟାନି ସନ୍ଧ୍ୟା ୫ଟାରୁ ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ରିହର୍ସଲ କରିଥିଲୋ ଏହାପରେ ପ୍ରୀତମଙ୍କ ବ୍ୟାଣ୍ଡ ରିହର୍ସାଲ ଆରମ୍ଭ ହୋଇଥିଲା। ସେହପରି ରଣବିର ସିଂ ରାତି ୧୦ଟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ରିହର୍ସାଲ କରିଥିଲେ। ଜିପ୍‌ଲାଇନ୍‌ ଜରିଆରେ ରଣବୀର ମଞ୍ଚକୁ ପ୍ରବେଶ କରିବାର ଯୋଜନା ରଖାଯାଇଛି। ତାଙ୍କ ଅଭ୍ୟାସ ପାଇଁ ଜିପଲାଇନ୍‌ ପ୍ରସ୍ତୁତ କରାଯାଇଛି ରଣବୀରଙ୍କ ସହିତ ସାଇମାକ୍‌ ଡ୍ୟାନ୍ସ ଟ୍ରୁପ ମଞ୍ଚରେ ଦେଖିବାକୁ ମିଳିବ। ଉଦ୍‌ଘାଟନୀ ଉତ୍ସବ ଦେଖିବା ପାଇଁ ପ୍ରାୟ ୪୦ ହଜାରରୁ ଅଧିକ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ରହିବେ। ସେଥିମଧ୍ୟରୁ ୫ ହଜାର ଭିଭିଆଇପିଙ୍କ ପାଇଁ ପଡ଼ିଆ ମଧ୍ୟରେ ବସି ଉତ୍ସବକୁ ଉପଭୋଗ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଉଦଘାଟନ ଉତ୍ସବ ପାଇଁ ଅପରାହ୍ନ ୨ଟା ବେଳେ ଷ୍ଟାଡିୟମକୁ ସାଧାରଣ ଦର୍ଶକମାନଙ୍କ ପାଇଁ ଖୋଲାଯିବ। ଉଦଘାଟନ ଉତ୍ସବକୁ ଲାଇଭ ଦେଖିବା ପାଇଁ କଟକ ସହର ୧୬ ଟି ସ୍ଥାନ ରେ ଫ୍ୟାନ କ୍ଳବ କରାଯାଇଛି ଯେଉଁଠି ୫ ହଜାର ଦର୍ଶକ ବସି ଏକା ସଙ୍ଗେ ସ୍କ୍ରିନ ମାଧ୍ୟମରେ ସମସ୍ତ କାର୍ଯ୍ୟକ୍ରମ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri