ହକି ବିଶ୍ବକପ ଉଦଘାଟନୀ ଉତ୍ସବ: ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ବକପ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବାକୁ ଟୁଇଟ୍‌ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ଐତିହାସିକ ବାରବାଟୀ ଷ୍ଟାଡିୟମରେ ଉଦଘାଟନୀ ଉତ୍ସବ ହେବ । ଦର୍ଶକ ଓ ଖେଳାଳିଙ୍କ ପାଇଁ ି ମନୋରଂଜନ କାର୍ଯ୍ୟକ୍ରମର ଆୟୋଜନ ହୋଇଛି। ନାମୀଦାମୀ କଳାକାର ଉଦ୍‌ଘାଟନୀ ଉତ୍ସବରେ ସାମିଲ ହେବେ । ତେଣୁ ଏହି ଉଦ୍ଘାଟନୀ ଉତ୍ସବରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।