ଦିଗପହଣ୍ଡିରେ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବର ଲାଇଭ୍‌

ଦିଗପହଣ୍ଡି,୧୧ା୧(ଡି.ଏନ୍‌.ଏ.): ହକି ବିଶ୍ୱକପ୍‌ ପ୍ରତିଯୋଗିତା ଉଦଘାଟନୀ ଉତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଲାଇଭ୍‌ ବୁଧବାର ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମରେ ପ୍ରଦର୍ଶିତ ହୋଇଛି। ବିଶ୍ବକପ୍‌ ହକି କ୍ରମାଗତ ଭାବରେ ଓଡ଼ିଶା ରାଜ୍ୟ ୨ ଥର ଆୟୋଜନ କରିଥିବା ବେଳେ ଏହାକୁ ଲୋକପ୍ରିୟ କରିବା ପାଇଁ ପ୍ରଶାସନ ପକ୍ଷରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ଦ୍ବାରା ରାଲି ଆୟୋଜନ କରାଯାଇଥିଲା। ଅପରାହ୍ନରେ ଡାକ ବଙ୍ଗଳାଠାରୁ ରାଲି ବାହାରି ଷ୍ଟାଡିୟମରେ ପହଞ୍ଚିଥିଲା। ସେଠାରେ କଟକ ବାରବାଟୀ ଷ୍ଟାଡିୟମ ପରିସରରେ ଆୟୋଜିତ ଉଦଘାଟନୀ ଉତ୍ସବର ଲାଇଭ୍‌ କାର୍ଯ୍ୟକ୍ରମକୁ ବଡ଼ ଏଲ୍‌ଇଡି ପରଦାରେ ପ୍ରଦର୍ଶନ କରାଯାଇଥିଲା। ସେଠାରେ ସ୍କୁଲ ଛାତ୍ରୀଛାତ୍ରଙ୍କ ଉତ୍ସାହ ବୃଦ୍ଧି ନିମନ୍ତେ ବିଶ୍ୱ କପ୍‌ ଲୋଗୋ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଏବଂ ବିଶ୍ବକପ ଫଟୋ ସହ ସେଲ୍‌ଫି ପଏଣ୍ଟରେ ଫଟୋ ଉଠାଇବା ବ୍ୟବସ୍ଥା କରାଯାଇଥିଲା।
କାର୍ଯ୍ୟକ୍ରମରେ ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ବିଜେଡି ନଗର ସଭାପତି ଭୀମସେନ ବେହେରା, ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଗ୍ରୀଟ୍‌ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ବିଡିଓ ସୁବ୍ରତ କୁମାର ଜେନା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ଓ୍ବାର୍ଡ ସଭ୍ୟାସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ବହୁ ଦର୍ଶକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଲାଇଭ୍‌ ଶୋ’ର ମଜା ନେଇଥିଲେ। ପୂର୍ବରୁ ହକି ବିଶ୍ବ କପ୍‌ ପାଇଁ ଏସ୍‌ଏଚ୍‌ଜି ମହିଳା ଗ୍ରୁପ୍‌ଙ୍କ ଧ୍ୟରେ ଝୋଟି ଚିତ୍ର ଓ ଅନ୍ୟାନ୍ୟ ପ୍ରତିଯୋଗିତା ହୋଇଥିଲା। ସେହିପରି ବ୍ଲକର ନନ୍ଦିକଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଡ଼ ପରଦାରେ ବିଶ୍ୱ କପ୍‌ ହକି ଉଦଘାଟନ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଯାଇଛି। ସରପଞ୍ଚ କୃଷ୍ଣ ଭୋଳ, ବିଡିଓ ସୁବ୍ରତ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ବ୍ଲକର ସମସ୍ତ ପଞ୍ଚାୟତରେ ଓ ପୌରାଞ୍ଚଳର ବିଭିନ୍ନ ବସ୍ତି ଅଞ୍ଚଳ ର ହକି ବିଶ୍ବ କପ୍‌ ଉଦ୍‌ଘାଟନୀ ଉତ୍ସବର ଲାଇଭ୍‌ ପ୍ରଦର୍ଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri