‘ହକି ବିଶ୍ୱକପ୍‌ ସ୍ମରଣୀୟ ହେବ’

ଭୁବନେଶ୍ୱର, ୬ା୧୨ (କ୍ରୀଡ଼ା ପ୍ରତିନିଧି):ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଥିବା ଏହି ମେଗା ପ୍ରତିଯୋଗିତାର ଟ୍ରଫି ଟୁର୍‌ କାର୍ଯ୍ୟକ୍ରମ ସୋମବାର ଭୁବନେଶ୍ୱରରେ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ୱକପ୍‌ ଟ୍ରଫିକୁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କୁ ହସ୍ତାନ୍ତର କରିଛନ୍ତି। ”ଟ୍ରଫି ଟୁର୍‌ ସାରା ଭାରତରେ ହକି ବିଶ୍ୱକପ୍‌ ପ୍ରତି ଲୋକଙ୍କ ମନରେ ଉଦ୍ଦୀପନା ସୃଷ୍ଟି କରିବ ବୋଲି ମୋର ଆଶା। ୧୬ଟି ଦଳକୁ ନେଇ ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହା ଅଂଶଗ୍ରହଣକାରୀ ଦଳ ଏବଂ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ ହେବ“ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ଇଣ୍ଡିଆର ମହାସଚିବ ଭୋଳାନାଥ ସିଂ, ରାଜ୍ୟ କ୍ରୀଡ଼ା ସଚିବ ତଥା କମିଶନର ଆର୍‌. ଭିନିଲ କ୍ରିଷ୍ଣା, ହକି ଇଣ୍ଡିଆ କାର୍ଯ୍ୟକାରୀ ନିର୍ଦ୍ଦେଶକ ଆର୍‌.କେ. ଶ୍ରୀବାସ୍ତବ, ଅନ୍ୟ କର୍ମକର୍ତ୍ତା ଓ ହକି ଖେଳାଳିମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
ହକି ବିଶ୍ୱକପ୍‌ ଟ୍ରଫି ୧୩ ରାଜ୍ୟ ଓ ୧ କେନ୍ଦ୍ରଶାସିତ ଅଞ୍ଚଳ ଭ୍ରମଣ କରିବାପରେ ଡିସେମ୍ବର ୨୫ରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବ। ଆଗାମୀ ୨୧ ଦିନ ମଧ୍ୟରେ ଏହା ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ନୂଆଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡ଼ୁ, କେରଳ, କର୍ନାଟକ ଓ ଛତିଶଗଡ଼ ଆଦି ରାଜ୍ୟ ଭ୍ରମଣ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ଓଡ଼ିଶାର ସମସ୍ତ ଜିଲାରେ ଏହି ଟ୍ରଫି ଟୁର୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ହକିର ଅନ୍ତୁଡ଼ିଶାଳ କୁହାଯାଉଥିବା ସୁନ୍ଦରଗଡ଼ ଜିଲାର ୧୭ଟି ବ୍ଲକରେ ଏହି ଟ୍ରଫି ଭ୍ରମଣ କରିବ। ଟୁର୍‌ର ଶେଷ ଚରଣ ରାଉରକେଲାରେ ହେବାପରେ ଟ୍ରଫି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମକୁ ଫେରିବ। ସେଠାରେ ଜାନୁୟାରୀ ୨୯ରେ ପ୍ରତିଯୋଗିତାର ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ। ପ୍ରକାଶଯୋଗ୍ୟ, ପୂର୍ବରୁ ଭୁବନେଶ୍ୱରରେ ୨୦୧୮ରେ ହକି ବିଶ୍ୱକପ୍‌ ସଫଳତାର ସହ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri