‘ହକି ବିଶ୍ୱକପ୍‌ ସ୍ମରଣୀୟ ହେବ’

ଭୁବନେଶ୍ୱର, ୬ା୧୨ (କ୍ରୀଡ଼ା ପ୍ରତିନିଧି):ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଥିବା ଏହି ମେଗା ପ୍ରତିଯୋଗିତାର ଟ୍ରଫି ଟୁର୍‌ କାର୍ଯ୍ୟକ୍ରମ ସୋମବାର ଭୁବନେଶ୍ୱରରେ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ୱକପ୍‌ ଟ୍ରଫିକୁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କୁ ହସ୍ତାନ୍ତର କରିଛନ୍ତି। ”ଟ୍ରଫି ଟୁର୍‌ ସାରା ଭାରତରେ ହକି ବିଶ୍ୱକପ୍‌ ପ୍ରତି ଲୋକଙ୍କ ମନରେ ଉଦ୍ଦୀପନା ସୃଷ୍ଟି କରିବ ବୋଲି ମୋର ଆଶା। ୧୬ଟି ଦଳକୁ ନେଇ ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହା ଅଂଶଗ୍ରହଣକାରୀ ଦଳ ଏବଂ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ ହେବ“ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ଇଣ୍ଡିଆର ମହାସଚିବ ଭୋଳାନାଥ ସିଂ, ରାଜ୍ୟ କ୍ରୀଡ଼ା ସଚିବ ତଥା କମିଶନର ଆର୍‌. ଭିନିଲ କ୍ରିଷ୍ଣା, ହକି ଇଣ୍ଡିଆ କାର୍ଯ୍ୟକାରୀ ନିର୍ଦ୍ଦେଶକ ଆର୍‌.କେ. ଶ୍ରୀବାସ୍ତବ, ଅନ୍ୟ କର୍ମକର୍ତ୍ତା ଓ ହକି ଖେଳାଳିମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
ହକି ବିଶ୍ୱକପ୍‌ ଟ୍ରଫି ୧୩ ରାଜ୍ୟ ଓ ୧ କେନ୍ଦ୍ରଶାସିତ ଅଞ୍ଚଳ ଭ୍ରମଣ କରିବାପରେ ଡିସେମ୍ବର ୨୫ରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବ। ଆଗାମୀ ୨୧ ଦିନ ମଧ୍ୟରେ ଏହା ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ନୂଆଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡ଼ୁ, କେରଳ, କର୍ନାଟକ ଓ ଛତିଶଗଡ଼ ଆଦି ରାଜ୍ୟ ଭ୍ରମଣ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ଓଡ଼ିଶାର ସମସ୍ତ ଜିଲାରେ ଏହି ଟ୍ରଫି ଟୁର୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ହକିର ଅନ୍ତୁଡ଼ିଶାଳ କୁହାଯାଉଥିବା ସୁନ୍ଦରଗଡ଼ ଜିଲାର ୧୭ଟି ବ୍ଲକରେ ଏହି ଟ୍ରଫି ଭ୍ରମଣ କରିବ। ଟୁର୍‌ର ଶେଷ ଚରଣ ରାଉରକେଲାରେ ହେବାପରେ ଟ୍ରଫି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମକୁ ଫେରିବ। ସେଠାରେ ଜାନୁୟାରୀ ୨୯ରେ ପ୍ରତିଯୋଗିତାର ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ। ପ୍ରକାଶଯୋଗ୍ୟ, ପୂର୍ବରୁ ଭୁବନେଶ୍ୱରରେ ୨୦୧୮ରେ ହକି ବିଶ୍ୱକପ୍‌ ସଫଳତାର ସହ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri