ଲୋକପ୍ରିୟ ହେବ ହକି ବିଶ୍ୱକପ୍‌

ଢେଙ୍କାନାଳ ଅଫିସ, ୧୪।୧୨: ହକି ବିଶ୍ୱକପ୍‌କୁ ଲୋକପ୍ରିୟ କରାଇବା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କ୍ରୀଡ଼ାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଜାନୁୟାରୀ ୨୭ରୁ ୨୯ ଯାଏ ମିନି ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ଏଥିସହ ଗ୍ରାମାଞ୍ଚଳରୁ ଜିଲାସ୍ତର ଯାଏ ବିଭିନ୍ନ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସଂକ୍ରାନ୍ତ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ବିଭିନ୍ନ ବିଷୟରେ ସୂଚନା ଦେଇଥିଲେ।
ଓଡ଼ିଶାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି। ଜିଲାରେ ହକି ଓ ଅନ୍ୟାନ୍ୟ ଖେଳକୁଦକୁ ପ୍ରୋତ୍ସାହିତ କରିବା ଲାଗି ଏହା ସୁଯୋଗ ଆଣିଦେଇଛି। ପାଠପଢ଼ା ସହିତ ଝିଅପୁଅମାନେ ଯେପରି ଖେଳପ୍ରତି ବିଶେଷ ଆଗ୍ରହ ଦେଖାଇବେ, ସେଥିଲାଗି କ୍ରୀଡ଼ା ଶିକ୍ଷକମାନେ ଯତ୍ନବାନ ହେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌ ହକି ଅବସରରେ ଜିଲାରେ ସୁନ୍ଦର କ୍ରୀଡ଼ା ପରିବେଶ ସୃଷ୍ଟି କରିବା ସହ ଢେଙ୍କାନାଳକୁ କ୍ରୀଡ଼ା କ୍ଷେତ୍ରରେ ଅଗ୍ରଣୀ କରିବା ଲାଗି ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଆୟୋଜିତ ହେବାକୁ ଥିବା କ୍ରୀଡ଼ା କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥିତ ଶାରୀରିକ ଶିକ୍ଷା ନିରୀକ୍ଷକଙ୍କୁ ଅବଗତ କରାଇଥିଲେ। ମିନି ଷ୍ଟାଡିୟମ୍‌ରେ ୫୦ ଷ୍ଟଲ୍‌ ବିଶିଷ୍ଟ ମିନି ପଲ୍ଲିଶ୍ରୀ ମେଳାରେ କ୍ରୀଡ଼ା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲା ପ୍ରଶାସନ ଓ ଜିଲା ଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ ମହାପାତ୍ର, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ ଦରୱାନ, ଅତିରିକ୍ତ ଉନ୍ନୟନ ନିର୍ବାହୀ ଅଧିକାରୀ ସରୋଜ ଦତ୍ତ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ସସ୍ମିତା ସାହୁଙ୍କ ସମେତ ଜିଲାର ସମସ୍ତ ଶାରୀରିକ ଶିକ୍ଷା ନିରୀକ୍ଷକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri