ଲୋକପ୍ରିୟ ହେବ ହକି ବିଶ୍ୱକପ୍‌

ଢେଙ୍କାନାଳ ଅଫିସ, ୧୪।୧୨: ହକି ବିଶ୍ୱକପ୍‌କୁ ଲୋକପ୍ରିୟ କରାଇବା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କ୍ରୀଡ଼ାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଜାନୁୟାରୀ ୨୭ରୁ ୨୯ ଯାଏ ମିନି ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ଏଥିସହ ଗ୍ରାମାଞ୍ଚଳରୁ ଜିଲାସ୍ତର ଯାଏ ବିଭିନ୍ନ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସଂକ୍ରାନ୍ତ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ବିଭିନ୍ନ ବିଷୟରେ ସୂଚନା ଦେଇଥିଲେ।
ଓଡ଼ିଶାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି। ଜିଲାରେ ହକି ଓ ଅନ୍ୟାନ୍ୟ ଖେଳକୁଦକୁ ପ୍ରୋତ୍ସାହିତ କରିବା ଲାଗି ଏହା ସୁଯୋଗ ଆଣିଦେଇଛି। ପାଠପଢ଼ା ସହିତ ଝିଅପୁଅମାନେ ଯେପରି ଖେଳପ୍ରତି ବିଶେଷ ଆଗ୍ରହ ଦେଖାଇବେ, ସେଥିଲାଗି କ୍ରୀଡ଼ା ଶିକ୍ଷକମାନେ ଯତ୍ନବାନ ହେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌ ହକି ଅବସରରେ ଜିଲାରେ ସୁନ୍ଦର କ୍ରୀଡ଼ା ପରିବେଶ ସୃଷ୍ଟି କରିବା ସହ ଢେଙ୍କାନାଳକୁ କ୍ରୀଡ଼ା କ୍ଷେତ୍ରରେ ଅଗ୍ରଣୀ କରିବା ଲାଗି ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଆୟୋଜିତ ହେବାକୁ ଥିବା କ୍ରୀଡ଼ା କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥିତ ଶାରୀରିକ ଶିକ୍ଷା ନିରୀକ୍ଷକଙ୍କୁ ଅବଗତ କରାଇଥିଲେ। ମିନି ଷ୍ଟାଡିୟମ୍‌ରେ ୫୦ ଷ୍ଟଲ୍‌ ବିଶିଷ୍ଟ ମିନି ପଲ୍ଲିଶ୍ରୀ ମେଳାରେ କ୍ରୀଡ଼ା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲା ପ୍ରଶାସନ ଓ ଜିଲା ଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ ମହାପାତ୍ର, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ ଦରୱାନ, ଅତିରିକ୍ତ ଉନ୍ନୟନ ନିର୍ବାହୀ ଅଧିକାରୀ ସରୋଜ ଦତ୍ତ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ସସ୍ମିତା ସାହୁଙ୍କ ସମେତ ଜିଲାର ସମସ୍ତ ଶାରୀରିକ ଶିକ୍ଷା ନିରୀକ୍ଷକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri