Posted inଫୁରସତ

ବ୍ୟାନର ଧରି ଜୀବନସାଥୀ ଖୋଜୁଛନ୍ତି

ନ୍ୟୁୟର୍କ: ଏକ ନିର୍ଦ୍ଧିଷ୍ଟ ବୟସ ପରେ ଏକାକୀ ଜୀବନ ବିତାଇବା କଷ୍ଟକର ହୋଇପଡ଼େ। ବିରକ୍ତ ହୋଇ ନିଜ ପାଇଁ ଏକ ଭଲ ଜୀବନସାଥୀ ଖୋଜେ। ଅନେକେ ଏଥିରେ ଶୀଘ୍ର ସଫଳତା ପାଇଯାଉଥିବାବେଳେ କେତେଜଣ ଡେରିରେ ସଫଳତା ପାଇଥାନ୍ତି। ରିପୋର୍ଟ ମୁତାବକ, କରୋଲିନା ଗିଟ୍‌ସ ନାମକ ଜଣେ ଯୁବତୀ ନିଜ ପାଇଁ ଜୀବନସାଥୀ ଖୋଜୁଛନ୍ତି। ନ୍ୟୁୟର୍କ ମାନହର୍ଟନର ବାସିନ୍ଦା ୨୯ ବର୍ଷୀୟା କରୋଲିନା ୨ ବର୍ଷ ହେବ ଏକା ରହିବା ପରେ ଏବେ ଜୀବନସାଥୀ ତଲାସରେ ଅଛନ୍ତି। ହେଲେ ସେ ସେଥିପାଇଁ କୌଣସି ଡେଟିଂ ଆପ୍‌ ଜରିଆରେ ତାଙ୍କ ଜୀବନସାଥୀଙ୍କୁ ଖୋଜୁନାହାନ୍ତି। ସେ ଏଥିପାଇଁ ନିଜ ହାତରେ ଏକ ବ୍ୟାନର ପ୍ରସ୍ତୁତ କରିଛନ୍ତି। ସେଥିରେ ଲେଖା ହୋଇଛି ‘ଲୁକିଂ ଫର ଏ ହଜ୍‌ବ୍ୟାଣ୍ଟ’। ସେହି ବ୍ୟାନରକୁ ହାତରେ ଧରି ସେ ରାସ୍ତାରେ ବୁଲୁଛନ୍ତି। ହେଲେ ତାଙ୍କୁ ଏ ପର୍ଯ୍ୟନ୍ତ କେହି ସେପରି ଜୀବନସାଥୀ ମିଳିପାରିନାହାନ୍ତି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଲୋକଙ୍କ ଭିନ୍ନ ଭିନ୍ନ କମେଣ୍ଟ ମଧ୍ୟ ଦେଖିବାକୁ ମିଳିଛି। ଏହା ପୂର୍ବରୁ ମଧ୍ୟ ଲସ୍‌ଏଞ୍ଜେଲସର ଜଣେ ୩୫ ବର୍ଷୀୟା ଯୁବତୀ ଏପରି କାମ କରିଥିବା ନଜରକୁ ଆସିଛନ୍ତି। ଯିଏ ତାଙ୍କ ପାଇଁ ଜୀବନସାଥୀ ଖୋଜିଦେବେ, ତାଙ୍କୁ ୫୦୦୦ ଡଲାର ଉପହାର ସ୍ବରୂପ ମିଳିବ ବୋଲି ମଧ୍ୟ ସର୍ତ୍ତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri