Posted inଖେଳ

ହୋଲ୍ଡିଂ ଓ ଇବୋନୀଙ୍କୁ ଫ୍ରିଡମ୍‌ ଅଫ୍‌ ଦି ସିଟି ଅଫ୍‌ ଲଣ୍ଡନ ପୁରସ୍କାର

ଲଣ୍ଡନ,୧୭।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଲିଜେଣ୍ଡ ମାଇକେଲ ହୋଲ୍ଡିଂ ଓ ପୂର୍ବତନ ଇଂଲଣ୍ଡ ମହିଳା କ୍ରିକେଟର ଇବୋନୀ ରେନଫୋର୍ଡ- ବ୍ରେଣ୍ଟଙ୍କୁ ଫ୍ରିଡମ୍‌ ଅଫ୍‌ ଦି ସିଟି ଅଫ୍‌ ଲଣ୍ଡନ ପୁରସ୍କାର ପ୍ରଦାନ କରାଯାଇଛି। ବର୍ଣ୍ଣବୈଷମ୍ୟ ବିରୋଧରେ ଏହି ଦୁଇ ପୂର୍ବତନ ଖେଳାଳି ଦୃଷ୍ଟାନ୍ତମୂଳକ ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ‘ବ୍ଲାକ୍‌ ଲାଇଭ୍ସ ମ୍ୟାଟର’ ଆନ୍ଦୋଳନକୁ ସମର୍ଥନ କରି ହୋଲ୍ଡିଂ ଆଗକୁ ବାହାରିଥିଲେ।
ନିଜନିଜ କ୍ଷେତ୍ରରେ ସଫଳତା ଓ ଶ୍ରେଷ୍ଠତା ପ୍ରତିପାଦନ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ବର୍ଣ୍ଣବୈଷମ୍ୟବାଦ୍‌ ବିରୋଧରେ ଏହି ଦୁଇ ଖେଳାଳି ସାହସିକ ଆଭିମୁଖ୍ୟ ପୋଷଣା କରିଛନ୍ତି ବୋଲି ସିଟି ଅଫ୍‌ ଲଣ୍ଡନର ଲର୍ଡ ମେୟର ଓ୍ବିଲିୟମ ରସେଲ କହିଛନ୍ତି। ସାରା ବିଶ୍ୱରେ ଦେଖାଦେଇଥିବା ଏହି ଆନ୍ଦୋଳନକୁ ଏହି ଦୁଇ ଖେଳାଳି ଅକୁଣ୍ଠିତ ଭାବେ ସମର୍ଥନ କରିଛନ୍ତି। କିଛିଦିନ ତଳେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜ ଅବସରରେ ହୋଲ୍ଡିଂ ବର୍ଣ୍ଣବୈଷମ୍ୟ ବିରୋଧରେ କଡ଼ା ବାର୍ତ୍ତା ଦେଇଥିଲେ। ସେହିପରି ରେନଫୋର୍ଡ- ବ୍ରେଣ୍ଟ ପ୍ରଥମ କୃଷ୍ଣକାୟ ମହିଳା ଭାବେ ଇଂଲଣ୍ଡ ପାଇଁ କ୍ରିକେଟ ଖେଳିଥିଲେ। ସେ ୨୨ଟି ଦିନିକିଆ ଓ ୭ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ଉଲ୍ଲେଖଥାଉ କି, ଗତ ମେ ମାସରେ ଆମେରିକାରେ ଜର୍ଜ ଫ୍ଲଏଡ ନାମକ ଜଣେ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ଗୋରା ପୋଲିସ ଅଫିସର ମାରିଦେଇଥିଲେ। ଏହାପରେ ‘ବ୍ଲାକ ଲାଇଭ୍ସ ମ୍ୟାଟର’ ଆନ୍ଦୋଳନ ସାରା ବିଶ୍ୱରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri