Posted inଜାତୀୟ

ହାତ ଧରି ପ୍ରେମ ବ୍ୟକ୍ତ କରିବା ଅସଦାଚରଣ ନୁହେଁ: ହାଇକୋର୍ଟ…

ମୁମ୍ବାଇ,୨୮।୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ଜଣେ ଝିଅଙ୍କର ହାତ ଧରି ନିଜର ପ୍ରେମ ବ୍ୟକ୍ତ କରିବା ଅସଦାଚରଣ ନୁହେଁ। ଅଭିଯୁକ୍ତଙ୍କୁ ଜାମିନରେ ମୁକ୍ତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚରେ ଜଷ୍ଟିସ ଭାରତୀ ଡାଙ୍ଗରେଙ୍କ ଏକକ ବେଞ୍ଚ ଆଦେଶରେ କହିଛନ୍ତି ଯେ ପୀଡିତାଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୁକ୍ତଙ୍କର କୌଣସି ଉଦ୍ଦେଶ୍ୟ ନାହିଁ ବୋଲି ପୀଡିତାଙ୍କ ବିବୃତ୍ତିରୁ ଏହା ସ୍ପଷ୍ଟ ହୋଇଛି। ଏଭଳି ପରିସ୍ଥିତିରେ ଅଭିଯୁକ୍ତଙ୍କୁ ଗିରଫ ପୂର୍ବରୁ ଜାମିନ ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୧ ନଭେମ୍ବର ୨୦୨୨ରେ ନାବାଳିକା ପୀଡିତାଙ୍କ ପିତା ପୋଲିସ ନିକଟରେ ଅଭିଯୋଗ କରିଥିଲେ ଯେ ଅଟୋ ଡ୍ରାଇଭର ଧନରାଜ ବାବୁ ସିଂ ରାଠୋର ତାଙ୍କ ୧୭ ବର୍ଷ ବୟସ୍କା ନାବାଳିକା ଝିଅଙ୍କୁ ଯୌନ ନିର୍ଯାତନା ଦେବାକୁ ଚେଷ୍ଟା କରିଥିଲେ। ଏହା ପରେ ପୋଲିସ ବିଭିନ୍ନ ବିଭାଗ ଅଧୀନରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ଅଭିଯୋଗରେ କୁହାଯାଇଥିଲା ଯେ ତାଙ୍କ ଝିଅ ଅଭିଯୁକ୍ତଙ୍କ ଅଟୋରେ କଲେଜ ଯାଉୁଥିଲେ। ପରେ ଯେତେବେଳେ ସେ ଅଟୋରେ ଯିବା ବନ୍ଦ କରିଦେଲେ, ଅଭିଯୁକ୍ତ ଝିଇଙ୍କୁ ଅନୁସରଣ କରିବା ଆରମ୍ଭ କରିଥିଲେ।

୧ ନଭେମ୍ବର ୨୦୨୨ ରେ ଅଭିଯୁକ୍ତ ନାବାଳିକାର ହାତ ଧରି ନିଜର ପ୍ରେମ ବ୍ୟକ୍ତ କରିଥିଲେ। ଅଭିଯୋଗ ହୋଇଥିଲା ଯେ ଅଭିଯୁକ୍ତ ପୀଡିତାଙ୍କୁ ତାଙ୍କ ବାଇକରେ ବସାଇ ଘରେ ଛାଡ଼ି ଦେବାକୁ ମଧ୍ୟ କହିଥିଲେ। କିନ୍ତୁ ପୀଡିତା କୌଣସି ପ୍ରକାରେ ଖସି ପଳାଇ ତାଙ୍କ ଘରେ ପହଞ୍ଚିଥିଲେ। ଏହା ପରେ ଝିଅଙ୍କର ବାପା ଅଭିଯୋଗ କରିଥିଲେ।

ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ ପ୍ରିମା ଫେସିରେ ଯୌନ ନିର୍ଯାତନା ମାମଲା ନାହିଁ କାରଣ ଅଭିଯୁକ୍ତ ଯୌନ ନିର୍ଯାତନା ଉଦ୍ଦେଶ୍ୟରେ ପୀଡିତାଙ୍କ ହାତ ଧରି ନ ଥିଲେ। ଏଭଳି ପରିସ୍ଥିତିରେ ଅଭିଯୁକ୍ତ ଜାମିନ ପାଇବାକୁ ହକଦାର। ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ସହିତ କୋର୍ଟ ଭବିଷ୍ୟତରେ ମଧ୍ୟ ସେ ଏପରି କାର୍ଯ୍ୟ କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ନଚେତ ତାଙ୍କୁ ଦିଆଯାଇଥିବା ଜାମିନ ପ୍ରତ୍ୟାହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri