ଶାଖା କେନାଲ ରାସ୍ତା ମଝିରେ ଗର୍ତ୍ତ

ମାହାଙ୍ଗା ୧୩ା୮(ସ୍ବ.ପ୍ର.): ମାହାଙ୍ଗା ବ୍ଲକ ଅନ୍ତର୍ଗତ ତଥା ନିଶ୍ଚିିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡ ଅଧୀନରେ ଥିବା ୮ ଏଫ୍‌ ଶାଖା କେନାଲ ବନ୍ଧ ଗ୍ରାମ୍ୟ ଉନ୍ନୟନ ରାସ୍ତାର ଗୋତରା ସେନାପତି ସାହି ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଜଳସେଚନ ଏବଂ ଗମନାମନରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି ା ପ୍ରକାଶ ଯେ, ଏହି କେନାଲ ବନ୍ଧ ରାସ୍ତାଟି ନିଶ୍ଚିିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି ା ୬.୫ କି.ମି. ଏହି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା।
୨୦୧୮ରେ ନାବାର୍ଡ ସହାୟତାରେ ୨ କୋଟି ୮୭ ଲକ୍ଷ ୧୦ ହଜାର ଟଙ୍କା ଅର୍ଥ ରାଶି ମଞ୍ଜୁର କରାଯାଇ ଜଣେ ଠିକାଦାରଙ୍କୁ ଦାୟିତ୍ୱ ଦିଆଯାଇଥିଲା ା ୨୦୧୯ରେ କାର୍ଯ୍ୟ ଶେଷ ହେବା ନେଇ ଅବଧି ଥିଲା। କିନ୍ତୁ ୨୦୨୧ରେ ଏହା ଶେଷ ହୋଇଥିଲା ା ମାତ୍ର କାର୍ଯ୍ୟ ସରିବାର ଏକ ମାସ ମଧ୍ୟରେ ବର୍ଷା ହେବା ଯୋଗୁ ୩ ଶହ ମିଟରରୁ ଊର୍ଦ୍ଧ୍ୱ ରାସ୍ତା ବର୍ଷା ପାଣିରେ ଧୋଇ ହୋଇଯାଇଥିଲା ା ପରେ ଏହାକୁ ପୁନଃ ନିର୍ମାଣ କରାଯାଇଥିଲା ା କିନ୍ତୁ ଏବେ କେନାଲରେ ପାଣି ଆସିବା ପରେ ଗୋତରା ସେନାପତି ସାହି ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ରାସ୍ତାରେ ଗମନାଗମନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି ା ଏହାକୁ ତୁରନ୍ତ ମରାମତି କରାନଗଲେ ସେଠାରେ ବଡ଼ ଘାଇ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ଦେଇ ହେବନି। ରାସ୍ତା କାର୍ଯ୍ୟ ଚାଲିଥିବା ସମୟରେ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତି ଯୋଗୁ ଠିକାଦାର ମନମୁଖିଭାବେ ନିମ୍ନମାନର କାର୍ଯ୍ୟ କରିଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଏହି କେନାଲ ଅଛୁତପୁର ଜଳ ସମ୍ପଦ ବିଭାଗ ଅଧୀନରେ ରହିଛି। ମାତ୍ର ବିଭାଗୀୟ ଯନ୍ତ୍ରୀ କ୍ଷେତ୍ର ପରିଦର୍ଶନ କରିବାକୁ ଆସୁ ନ ଥିବାରୁ କେନାଲର ଉପଯୁକ୍ତ ରକ୍ଷଣାବେକ୍ଷଣ ହୋଇପାରୁନାହିଁ। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଗର୍ତ୍ତ ମରାମତି କରିବା ନିମନ୍ତେ ସାଧାରଣରେ ଦାବି ହୋଇଛି ା ଏନେଇ ବିଭାଗୀୟ ଯନ୍ତ୍ରୀଙ୍କ ସହ ବାରମ୍ବାର ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri