ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ ଉଠିଯାଇ ଖାଲଖମା ହୋଇଛି ତାହାକୁ ମରାମତି କରାଯାଉଛି। କିନ୍ତୁ କନ୍ଧମାଳ ଜିଲାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ୧୫୭ ନଂ ଜାତୀୟ ରାଜପଥ ସମ୍ବେପଦର ଗାଁ ନିକଟରେ ରାସ୍ତା ମଝିରେ ପିଚୁ ଉଠି ଯାଇ ଅନେକ ଖାଲଖମା ସୃଷ୍ଟି ହୋଇଛି। ଯାହାକୁ ଦୁଇଚକିଆ ଗାଡ଼ି ଚାଳକମାନେ ଦେଖି ନ ପାରି ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଦୁର୍ଘଟଣାରେ ଅନେକେ ଆହତ ହେଉଥିବା ବେଳେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀମାନେ ସବୁ ଜାଣି ନ ଜାଣିବା ଭଳି ଅଭିନୟ କରୁଛନ୍ତି। ଏ ନେଇ ମାର୍ଚ୍ଚ ୨୪ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଧ୍ୟ ସବୁ ଜାଣି ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ। ତେଣୁ ବିଭାଗୀୟ ଅଧିକାରୀମାନେ ଏହି ସମସ୍ୟା ପ୍ରତି ଦୃଷ୍ଟିଦେଇ ଶୀଘ୍ର ରାସ୍ତା ମରାମତି କରିବାକୁ ସୋମନାଥ ଯୁବକ ସଂଘର ସଦସ୍ୟମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?