ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ ଉଠିଯାଇ ଖାଲଖମା ହୋଇଛି ତାହାକୁ ମରାମତି କରାଯାଉଛି। କିନ୍ତୁ କନ୍ଧମାଳ ଜିଲାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ୧୫୭ ନଂ ଜାତୀୟ ରାଜପଥ ସମ୍ବେପଦର ଗାଁ ନିକଟରେ ରାସ୍ତା ମଝିରେ ପିଚୁ ଉଠି ଯାଇ ଅନେକ ଖାଲଖମା ସୃଷ୍ଟି ହୋଇଛି। ଯାହାକୁ ଦୁଇଚକିଆ ଗାଡ଼ି ଚାଳକମାନେ ଦେଖି ନ ପାରି ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଦୁର୍ଘଟଣାରେ ଅନେକେ ଆହତ ହେଉଥିବା ବେଳେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀମାନେ ସବୁ ଜାଣି ନ ଜାଣିବା ଭଳି ଅଭିନୟ କରୁଛନ୍ତି। ଏ ନେଇ ମାର୍ଚ୍ଚ ୨୪ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଧ୍ୟ ସବୁ ଜାଣି ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ। ତେଣୁ ବିଭାଗୀୟ ଅଧିକାରୀମାନେ ଏହି ସମସ୍ୟା ପ୍ରତି ଦୃଷ୍ଟିଦେଇ ଶୀଘ୍ର ରାସ୍ତା ମରାମତି କରିବାକୁ ସୋମନାଥ ଯୁବକ ସଂଘର ସଦସ୍ୟମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri