ରାସ୍ତାରେ ବିରାଟ ବିରାଟ ଗର୍ତ୍ତ, ସାମାନ୍ୟ ବର୍ଷା ହେଲେ ସ୍ଥିତି ବେହାଲ

ଧର୍ମଶାଳା,୧ା୬(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାନପୁର ଓ ଭୁବନପୁରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ରାସ୍ତା ଉପରେ ବିରାଟ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି ଯାହା ଫଳରେ ବର୍ଷା ସମୟରେ ଯାତାୟାତରେ ନାନା ସମସ୍ୟା ଦେଖା ଦେଉଛି। ବର୍ଷା ପାଣି ଜମି ରହିଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ପାଖାପାଖି ପାଞ୍ଚରୁ ଊର୍ଦ୍ଧ୍ୱ ପଞ୍ଚାୟତର ୨୦ହଜାରରୁ ଊଦ୍ଧର୍‌ବ ଲୋକ ଏହି ରାସ୍ତା ଉପରେ ନିର୍ଭର କରୁଥିବା ବେଳେ ନାନା ସମସ୍ୟା ହେଉଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି। ସେଠାରେ ଥିବା ଜଣେ ସ୍ଥାନୀୟ କ୍ରସର ମାଲିକଙ୍କ ନିର୍ଦ୍ଦେଶରେ ଅନେକ ଠିକାଦାର ଦୁର୍ନୀତିରେ ସାମିଲ ହୋଇଥିବା ନେଇ ଚର୍ଚ୍ଚା ହେଉଛି।
ମଧୁପୁରଗଡ଼ ସରପଞ୍ଚ ରବୀନ୍ଦ୍ର ନାଥ ସେଠୀ କହିଛନ୍ତି ଏହି ରାସ୍ତା ନିର୍ମାଣ ହେଉଥିବା ବେଳେ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଥିଲା। କିନ୍ତୁ କୌଣସି ପ୍ରଭାବ ପଡ଼ି ନ ଥିଲା ବରଂ ଠିକାଦାର ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସଲାସୁତରାରେ ରାସ୍ତା କାର୍ଯ୍ୟ ହୋଇଥିଲା। ଯାହା ଫଳରେ ଅଳ୍ପ ଦିନ ମଧ୍ୟରେ ରାସ୍ତାର ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିଛି। ଧର୍ମଶାଳାରେ ବ୍ଲକ କାର୍ଯ୍ୟଳୟଠାରୁ ଆରମ୍ଭ କରି ମେଡିକାଲ, ଥାନା, କଲେଜ ରହିଥିବାରୁ ଦୈନଦିନ ଲୋକଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ତେଣୁ ଏହାକୁ ତୁରନ୍ତ ନିର୍ମାଣ କରିବାକୁ ଦାବି କରିଛନ୍ତି।
ଏହି ରାସ୍ତାଟି ଗ୍ରାମ ଉନ୍ନୟନ ବିଭାଗ ଅଧୀନରେ କାର୍ଯ୍ୟ କରାଯାଇଥିଲା ଏବଂ ରାସ୍ତାରେ ଭାରୀଯାନ ଓଭର ଲୋଡ୍‌ ଦେଇ ଚଳାଚଳ ହେବା ଦାର ଏହା ନଷ୍ଟ ହୋଇ ଥିବା କହିଛନ୍ତି। ତେଣୁ ଆଗମୀ ଦିନରେ ଏହାର ମରାମତି ବା ପ୍ରଶସ୍ତିକରଣ କାର୍ଯ୍ୟ ପୂର୍ତ୍ତ ବିଭାଗ ଅଧୀନରେ କରାଯିବ ବୋଲି ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଜନ୍ମେଜୟ ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri