Posted inଭଦ୍ରକ

ଜାତୀୟ ରାଜପଥରେ ଗର୍ତ୍ତ

ଆରଡ଼ି, ୧୫ା୧୧ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ସମ୍ମୁଖ ୨୦ ନଂ. ଜାତୀୟ ରାଜପଥରେ ଥିବା ଏକ କଲଭର୍ଟ ଦବି ଯିବାରୁ ଏଠାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଉକ୍ତ ଗର୍ତ୍ତ ଯୋଗୁ ଯାନବାହନ ଦୁର୍ଘଟଣା ଆଶଙ୍କା କରି ଫାଣ୍ଡି ପକ୍ଷରୁ ଏକ ସାଇନ ବୋର୍ଡ ରଖାଯାଇଛି। ଫଳରେ ରାସ୍ତାର ଗୋଟିଏ ପାର୍ଶ୍ୱ ବନ୍ଦ ହୋଇ ରହିଛି। ଅନ୍ୟ ଏକ ପାର୍ଶ୍ୱରେ ଗାଡ଼ି ଚଳାଚଳ କରୁଛି। ପ୍ରତ୍ୟେକ ସୋମବାର ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବା ଲାଗି ହଜାର ହଜାର ଶ୍ରଦ୍ଧାଳୁ ଯାନ ନେଇ ଆରଡ଼ିକୁ ଆସୁଛନ୍ତି। ଗର୍ତ୍ତ ହୋଇଥିବା ସ୍ଥାନରେ ଟ୍ରାଫିକ ଜାମ୍‌ ପରିସ୍ଥିତି ସୃଷ୍ଟି ହେଉଛି। ଦୁଇମାସ ହେଲା ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ବିଭାଗୀୟ ଅଧିକାରୀ ଚୁପ୍‌ ରହୁଥିବା ଅଭିଯୋଗ କରୁଛନ୍ତି ସ୍ଥାନୀୟ ଲୋକେ। ଏଠାରେ ଥିବା ନାଳକୁ ବନ୍ଦ କରି ଅସ୍ଥାୟୀ ଭାବେ ବାଇପାସ୍‌ ରାସ୍ତା ନିର୍ମାଣ କରି ଏକ ଛୋଟ ପୋଲ ଲାଗି ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି ହୋଇଛି। ଦାବି ପୂରଣ କରା ନ ଗଲେ ଆଇନଶୃଙ୍ଖଳା ଭଳି ପରିସ୍ଥିତି ଉପୁଜିବ ବୋଲି ସ୍ଥାନୀୟ ଅଧିବାସୀ ମତବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ବିଭାଗ କନିଷ୍ଠ ଯନ୍ତ୍ରୀ ଶୁଭସ୍ମିତା ପାଣିଙ୍କୁ ପଚାରିବାରୁ ଗର୍ତ୍ତ ଦେଖିଲା ପରେ ତୁରନ୍ତ ମରାମତି କାମ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri