ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ। ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସ୍‌ଗୁଲ ହୋଇଥିଲେ।

ହୋଲି ଖେଳ ପଛରେ ପୌରାଣିକ ତତ୍ତ୍ୱ ବି ରହିଛି। ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି। ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରୀ, ସଦ୍‌ଭାବନାର ବାର୍ତ୍ତା ବିଞ୍ଚି ଚାଲିଛି ଏହି ମହାନ ପର୍ବ। ଏ ନେଇ କନ୍ଧମାଳ ଜିଲାର ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ। ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜି ଯାଇଥିଲେ ନାଚ, ଗୀତରେ। ଏହି ହୋଲି ପର୍ବସହ ଯୋଡ଼ି ହୋଇଛି ଅନେକ ପୌରାଣିକ କଥା। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ। ଏ ନେଇ ଆଜି ସକାଳୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ଶ୍ରୀଜଗନ୍ନାଥ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା। ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୂମ୍‌ଧାମରେ ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri