ଦିଗପହଣ୍ଡି ଅଞ୍ଚଳରେ ଦୋଳ ଉତ୍ସବରେ ହୋଲି ଖେଳ

ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ପବିତ୍ର ଚୈତ୍ର ପ୍ରତିପଦା ତିଥି ଦୋଳ ଉତ୍ସବ ଅବସରରେ ଯୁବକ ଗୋଷ୍ଠୀ ପକ୍ଷରୁ ହୋଲି ଖେଳ ରବିବାର ଅନୁଷ୍ଠିତ ହୋଇଯାଇଛି। ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଯୁବକ ମାନେ ସଂଘବଦ୍ଧ ହୋଇ ବିଭିନ୍ନ ରଙ୍ଗ ବେରଙ୍ଗ ର ଫଗୁ ଅବିର ହୋଲି ଧରି ଭାଇଚାରା ପ୍ରଦର୍ଶନ କରି ପରସ୍ପରକୁ ହୋଲିର ଶୁଭେଚ୍ଛା ଜଣାଇବା ସହ ସକାଳୁ ମଧ୍ୟାହ୍ନ ଯାଏଁ ସାହି ବସ୍ତି ବୁଲି ହୋଲି ଖେଳିଥିଲେ। ଯୁବକମାନେ ପୂର୍ବ ପ୍ରସ୍ତୁତି କ୍ରମେ ପ୍ରତିବର୍ଷ ଭଳି ଚଳିତବର୍ଷ ମାଇକ ସାଉଣ୍ଡ ବକ୍ସ ଲଗାଇ ବିଭିନ୍ନ ସିନେ ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ହୋଲି ଖେଳିଥିଲେ। ସେହିପରି ବିଭିନ୍ନ ରାଧା କୃଷ୍ଣ ମନ୍ଦିରରେ ଶ୍ରୀ ଜିଉ ମାନଙ୍କ ଦୋଳ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଛି।ବହୁ ସଂଖ୍ୟକ ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ସମୂହ ଭାବେ ଅବିର ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri